Posted inଜାତୀୟ

ହରିୟାଣାରେ ରାଜନୈତିକ ସଙ୍କଟ: ଖଟ୍ଟାରଙ୍କୁ ଭେଟିଲେ ୪ ଜେଜେପି ବିଧାୟକ

ଚଣ୍ଡିଗଡ଼,୯ା୫ ହରିୟାଣାର ସରକାରରୁ ୩ ସ୍ବାଧୀନ ବିଧାୟକ ସମର୍ଥନ ପ୍ରତ୍ୟାହାର କରିନେବା ପରେ ରାଜ୍ୟରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଭାଜପା ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବାକୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଜନନାୟକ ଜନତା ପାର୍ଟି (ଜେଜେପି) ଅଧ୍ୟକ୍ଷ ଦୁଷ୍ୟନ୍ତ ଚୌତାଲା ଦାବି କରିଛନ୍ତି। ଏଥିପାଇଁ ସେ ଗୁରୁବାର ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟଙ୍କୁ ପତ୍ର ଲେଖିଛନ୍ତି। ସରକାର ଗଠନ ପାଇଁ ଜେଜେପି ଯେକୌଣସି ଦଳକୁ ସମର୍ଥନ ଦେବା ଲାଗି ପ୍ରସ୍ତୁତ ଅଛି। ଭାଜପା ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେଇ ନ ପାରିଲେ, ହରିୟାଣାରେ ରାଷ୍ଟ୍ରପତି ଶାସନ ଜାରି ପାଇଁ ଚୌତାଲା ଦାବି କରିଛନ୍ତି।

ହରିୟାଣାର ନାୟବ ସିଂ ସାଇନି ସରକାରଙ୍କୁ ଭାଙ୍ଗିବା ପାଇଁ ଭାଜପାର ପୂର୍ବତନ ସହଯୋଗୀ ଜେଜେପି କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ମେଣ୍ଟକୁ ସମର୍ଥନ କରିବାକୁ ପ୍ରସ୍ତୁତ ଅଛି। ଏନେଇ ଚୌତାଲା ବୁଧବାର ଘୋଷଣା କରିବା ସହ ନିଜ ଦଳର ବିଧାୟକମାନଙ୍କୁ ଚେତାବନୀ ଦେଇଥିଲେ। ଯଦି ଜେଜେପିର କୌଣସି ବିଧାୟକ ଗୈରିକ ଦଳକୁ ସମର୍ଥନ କରନ୍ତି, ତେବେ ତାଙ୍କ ବିଧାୟକ ପଦ ରଦ୍ଦ ହେବ ବୋଲି ଚୌତାଲା କହିଥିଲେ।

ସୂଚନାଯୋଗ୍ୟ, ୮୮ ସଦସ୍ୟ ବିଶିଷ୍ଟ ରାଜ୍ୟ ବିଧାନସଭାରେ ୩ ସ୍ବାଧୀନ ବିଧାୟକଙ୍କ ସମର୍ଥନ ପ୍ରତ୍ୟାହାର ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟର ବିଧାୟକ ସଂଖ୍ୟା ୪୩କୁ ହ୍ରାସ ପାଇଛି। ଗତ ମାର୍ଚ୍ଚରେ ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟାର ଏବଂ ସ୍ବାଧୀନ ବିଧାୟକ ରଞ୍ଜି ସିଂ ଚୌତାଲା ଇସ୍ତଫା ଦେଇଥିଲେ। ଅନ୍ୟପକ୍ଷରେ ସରକାରଙ୍କ ପ୍ରତି କୌଣସି ବିପଦ ନାହଁି, ଏହା ପୂରା ସମୟ କ୍ଷମତାରେ ରହିବ ବୋଲି ମୁଖ୍ୟମନ୍ତ୍ରୀ ସାଇନି କହିଛନ୍ତି। ସରକାର ଭାଙ୍ଗିବା ପାଇଁ ଚୌତାଲା ଅଣ୍ଟା ଭିଡ଼ିଥିବା ବେଳେ ତାଙ୍କ ଦଳର ୪ ଜଣ ବିଧାୟକ ଗୁରୁବାର ଅପରାହ୍ନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଖଟ୍ଟାରଙ୍କୁ ଭେଟିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ପାନିପଥରେ ମନ୍ତ୍ରୀ ମହିପାଲ ଧଣ୍ଡାଙ୍କ ବାସଭବନରେ ଏହି ବୈଠକ ବସିଥିଲା।
କଂଗ୍ରେସ ରାଜ୍ୟପାଳଙ୍କୁ ଭେଟିବା ଲାଗି ଶୁକ୍ରବାର ପର୍ଯ୍ୟନ୍ତ ସମୟ ମାଗିଥିବାବେଳେ ନୈତିକତା ଦୃଷ୍ଟିରୁ ସଂଖ୍ୟାଲଘୁ ସରକାର ଇସ୍ତଫା ଦେଇଦେବା ଉଚିତ ବୋଲଇ ଭୂପିନ୍ଦର ସିଂ ହୁଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri