ବୃଦ୍ଧଙ୍କ ଉପରେ ମାଡ଼ିଗଲା ଚିପ୍ସ ବୋଝେଇ ହାଇୱା

ଦେଓଗାଁ,୧୦।୫(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଦେଓଗାଁ କଲେଜ ଛକରେ ଶୁକ୍ରବାର ଏକ ହାଇୱା ଚାପାରେ ଜଣେ ସାଇକେଲ ଆରୋହୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ ସାଗରପାଲି ଗ୍ରାମର ୬୨ ବର୍ଷୀୟ ବୃଦ୍ଧ ମହେଶ୍ୱର ରଣା । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦାବିରେ ଲୋକେ ରାଜପଥ ଅବରୋଧ କରିଥିଲେ।

ଖବର ପାଇ ଦେଓଗାଁ ପୋଲିସ ଏବଂ କ୍ରଶର ମାଲିକ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। କ୍ରଶର ମାଲିକ କ୍ଷତିପୂରଣ ଦେବାକୁ ରାଜି ପରେ ରାସ୍ତାରୋକୋ ହଟିଥିଲା।

ମିଳିଥିବା ସୂଚନା ମୁତାବକ, ମହେଶ୍ବର କୌଣସି କାର୍ଯ୍ୟରେ ଦେଓଗାଁକୁ ଆସି ସାଇକେଲରେ ଘରକୁ ଫେରୁଥିଲେ। ହେଲେ ବହାଲି କ୍ରଶରୁ ଚିପ୍ସ ବୋଝେଇ କରି ଆସୁଥିବା ଏକ ହାଇୱା ସାଇକେଲକୁ ଧକ୍କା ଦେଇ ଘୋଷାଡି ନେଇଥିଲା । ଫଳରେ ଘଟଣାସ୍ଥଳରେ ମହେଶ୍ବରଙ୍କ ମୃତ୍ୟୁ ଘଟିଥିଲା।

ଅନ୍ୟପକ୍ଷେ ଉକ୍ତ ଛକରେ ନିୟମିତ ଦୁର୍ଘଟଣା ଘଟି ଧନଜୀବନ ହାନି ଘଟୁଥିବାରୁ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri