Posted inଜାତୀୟ

ବିନା କାରଣରେ ଭାରତୀୟଙ୍କ ମାମଲାରେ ମୁଣ୍ଡ ପୁରାଉଛି ପାକିସ୍ତାନ, କେଜରିଓ୍ବାଲଙ୍କ ଜାମିନକୁ ନେଇ ପୂର୍ବତନ ମନ୍ତ୍ରୀ କହିଲେ…

ଇସଲାମାବାଦ/ନୂଆଦିଲ୍ଲୀ,୧୧।୫: ଶୁକ୍ରବାର ସାରେ ତିହାର ଜେଲରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ବାହାରିଥିଲେ। କେଜରିୱାଲ ଜେଲରୁ ମୁକୁଳିବା ପରେ ଏଏପି କର୍ମୀଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ତେବେ ଏହି ଉତ୍ସାହ କେବଳ ଏଏପି କର୍ମୀଙ୍କ ମଧ୍ୟରେ ସୀମିତ ନୁହେଁ, ପଡୋଶୀ ଦେଶ ପାକିସ୍ତାନର ଜଣେ ନେତା ମଧ୍ୟ ଏଥିରେ ଅତ୍ୟନ୍ତ ଖୁସି ଅଛନ୍ତି। ବାସ୍ତବରେ, ପାକିସ୍ତାନର ପୂର୍ବତନ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଫଓ୍ବାଦ ଚୌଧୁରୀ ମଧ୍ୟ କେଜରିୱାଲଙ୍କ ମୁକ୍ତିକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ଏବଂ ପ୍ରତିକ୍ରିୟା ପ୍ରକାଶ କରିବାବେଳେ ଏହା ନରମପନ୍ଥୀ ଭାରତ ପାଇଁ ଏକ ଖୁସି ଖବର ବୋଲି ଲେଖିଛନ୍ତି।
ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଶେୟାର ହୋଇଥିବା ଏକ ପୋଷ୍ଟରେ ଫୱାଦ ଚୌଧୁରୀ ଲେଖିଛନ୍ତି ଯେ ମୋଦି ଜୀ ଆଉ ଏକ ଯୁଦ୍ଧରେ ହାରିଛନ୍ତି। କେଜରିୱାଲଙ୍କୁ ମୁକ୍ତ କରାଯାଇଛି ଏବଂ ନରମପନ୍ଥୀ ଭାରତ ପାଇଁ ଏହା ଏକ ଖୁସି ଖବର। ଦିଲ୍ଲୀ ଲିକର୍‌ ପଲିସି ସ୍କାମରେ ଅରବିନ୍ଦ କେଜରିୱାଲ ଶୁକ୍ରବାର ସୁପ୍ରିମକୋର୍ଟରୁ ଜାମିନ ପାଇଛନ୍ତି। ଏହା ପରେ ସେ ବିଳମ୍ବିତ ରାତିରେ ଜେଲରୁ ବାହାରିଥିଲେ। କେଜରିୱାଲଙ୍କୁ ୫୦ ଦିନ ପରେ ମଧ୍ୟବର୍ତ୍ତୀକାଳୀନ ଜାମିନରେ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଏବଂ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ତାଙ୍କୁ ଜୁନ ୨ରେ ଜେଲକୁ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ କେଜରିୱାଲଙ୍କୁ ଜାମିନ ପ୍ରଦାନ କରୁଥିବାବେଳେ କୋର୍ଟ ମଧ୍ୟ ଅନେକ ସର୍ତ୍ତ ରଖିଛନ୍ତି ଯେଉଁଥିରେ ସେ ଦିଲ୍ଲୀ ସଚିବାଳୟରେ ଅବସ୍ଥିତ ସିଏମ କାର୍ଯ୍ୟାଳୟକୁ ଯାଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri