ଏସ୍‌ସିବିରେ ରୋଗୀ ସେବା ବିପର୍ଯ୍ୟସ୍ତ

କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲକୁ ଏମ୍ସ ପ୍ଲସ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ମେଡିକାଲର ଭିତ୍ତିଭୂମୀକୁ ସୁଦୃଢ କରାଯାଉଛି। ହେଲେ ଏଠାରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରୁ ଆସୁଥିବା ରୋଗୀଙ୍କୁ ଠିକ୍‌ଭାବେ ଚିକିତ୍ସା ସେବା ମିଳୁ ନ ଥିବାରୁ ସେମାନଙ୍କ ସମ୍ପର୍କୀୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବା ପାଇଁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ଦାବି କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଏସ୍‌ସିବି ମେଡିକାଲକୁ ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରର ରୋଗୀମାନେ ଚିକିତ୍ସା ପାଇଁ ଆସୁଛନ୍ତି। ହେଲେ ଏଠାକାର କୌଣସି ବିଭାଗରେ ଇସିଜି ମେଶିନ ନ ଥିବାରୁ ପରୀକ୍ଷା ପାଇଁ ସେମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷରେ ମେଡିକାଲ ପରିସର କାନ୍ଥରେ ଘରୋଇ ଲାବରେଟୋରିର ବିଜ୍ଞାପନ ଲଗାଯାଉଛି। ରୋଗୀମାନେ ଏସ୍‌ସିବିରେ ଠିକ୍‌ ଭାବେ ଚିକିତ୍ସା ସେବା ନ ପାଇଁ ବାଧ୍ୟ ହୋଇ ଘରୋଇ ଲାବରେଟୋରିକୁ ଯାଇ ଟଙ୍କା ଖର୍ଚ୍ଚ କରି ଚିକିତ୍ସିତ ହେଉଛନ୍ତି। ମେଡିକାଲ କର୍ତ୍ତୃପକ୍ଷ ଗଠନ କରିଥିବା ଅନ୍ତରୀଣ ସ୍କ୍ବାଡ୍‌ ଏଥିପ୍ରତି ନଜର ଦେଉନାହିଁ। ସେହିପରି ମେଡିକାଲର ମେଡିିସିନ ବିଭାଗରେ ଶତାଧିକ ରୋଗୀ ଭର୍ତ୍ତି ହେଉଥିବାବେଳେ ୬୦ଟି ଆଇସିୟୁ ବେଡ୍‌ ରହିଛି। ଅନେକ ସମୟରେ ଗୁରୁତର ରୋଗୀମାନେ ଆଇସିୟୁ ବେଡ୍‌ ପାଇବାରୁ ବଞ୍ଚିତ ହେଉଛନ୍ତି। ମେଡିକାଲର ପ୍ରତି ୱାର୍ଡରେ ୫୦ରୁ ଅଧିକ ଅକ୍ସିଜେନ ସିଲିଣ୍ଡର ଆବଶ୍ୟକ ଥିବାବେଳେ ଏବେ ପ୍ରାୟ ୩୦ଟି ସିଲିଣ୍ଡର ରହୁଛି। ଫଳରେ ଅକ୍ସିଜେନ ଆବଶ୍ୟକ କରୁଥିବା ରୋଗୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷରେ ଜେରକ୍ସ ମେଶିନ କୌଣସି ଆଉଟ୍‌ଡୋରରେ ଉପଲବ୍ଧ ନାହିଁ। ତେଣୁ ମେଡିକାଲ ବାହାରକୁ ଯାଇ ରୋଗୀଙ୍କ ସମ୍ପର୍କୀୟଙ୍କୁ ଜେରକ୍ସ କରିବାକୁ ପଡୁଛି। ମେଡିକାଲରେ ବିଭିନ୍ନ ପରୀକ୍ଷା କରିବା ପାଇଁ ଡାକ୍ତର ପ୍ରେସ୍‌କ୍ରାଇବ୍‌ କରୁଛନ୍ତି। ହେଲେ କୌଣସି କାରଣରୁ ରୋଗୀମାନେ ଏହି ସୁବିଧାରୁ ବଞ୍ଚିତ ହେଉଛନ୍ତି। ମୋଟାମୋଟି ଭାବେ କହିବାକୁ ଗଲେ ପ୍ରତିଦିନ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ଉପରୋକ୍ତ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାଗୁଡିକର ସମାଧାନ ପାଇଁ କିଛିମାସ ପୂର୍ବରୁ ପିଜି ଛାତ୍ରୀଛାତ୍ରମାନେ ଏସ୍‌ସିବି ମେଡିକାଲ କର୍ତ୍ତୃପକ୍ଷଙ୍କୁ ଲିଖିତ ଆକାରରେ ଜଣାଇଥିଲେ। ହେଲେ ଅଦ୍ୟାବଧି ଏ ଦିଗରେ ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଏନେଇ ଜଣେ ପିଜି ଛାତ୍ର ପରିଚୟ ଗୋପନ ରଖି କହିଛନ୍ତି, ଏସ୍‌ସିବି ମେଡିକାଲରେ ଅନେକ ଅବ୍ୟବସ୍ଥା ରହିଛି। ଏଥିରେ ସୁଧାର ଆଣିବା ପାଇଁ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ପଦକ୍ଷେପ ନିଆଯାଉ ନାହିଁ। ତୁରନ୍ତ ଏ ଦିଗରେ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ପିଜି ଛାତ୍ରୀଛାତ୍ରମାନେ ଆନ୍ଦୋଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏନେଇ ଏସ୍‌ସିବି ମେଡିକାଲର ପ୍ରଶାସନିକ ଅଧିକାରୀ ଡା. ଅବିନାଶ ରାଉତଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri