ଦଳକୁ ବଳ ଯୋଗାଇବେ ହେଭିୱେଟ୍‌

ଅନୁଗୋଳ,୧୨।୫ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ ବିଧାନସଭା ଆସନରେ ଆସନ୍ତା ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ହାତରେ ଆଉ ମାତ୍ର ଦିନକେଇଟା ଥିବାରୁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀମାନେ ପ୍ରଚାର କାର୍ଯ୍ୟରେ ଲାଗି ପଡ଼ିଛନ୍ତି। ସେହିପରି ଢେଙ୍କାନାଳ ଓ ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ମଧ୍ୟ ଭୋଟ ଭିକ୍ଷା କରିବାକୁ ପଞ୍ଚାୟତ ଗସ୍ତ ଆରମ୍ଭ କରିଛନ୍ତି। ତେବେ ଦଳକୁ ବଳ ଯୋଗାଇବାକୁ ଏବଂ ଦଳୀୟ ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବାକୁ ଖୁବ୍‌ଶୀଘ୍ର ଷ୍ଟାର ପ୍ରଚାରକ ଓ ହେଭିଓ୍ବେଟ୍‌ମାନେ ଅନୁଗୋଳ ଗସ୍ତରେ ଆସିବେ। ଆସନ୍ତା ୧୩ ତାରିଖରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଓ ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଗୋଳ ଜିଲା ଗସ୍ତରେ ଆସିବାର କାର୍ଯ୍ୟସୂଚୀ ରହିଛି। ସେହିଭଳି ୧୭ ତାରିଖରେ ମଧ୍ୟ ଅନୁଗୋଳରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର କାର୍ଯ୍ୟକ୍ରମ ରହିଛି। ଭାଜପା ପ୍ରାର୍ଥୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସିବାର ସମ୍ଭାବନା ରହିଛି। ଏଥିସହ ସ୍ମୃତି ଇରାନି, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରମୁଖଙ୍କ ଆସିବାର କାର୍ଯ୍ୟକ୍ରମ ରହିଛି। ସେହିପରି କଂଗ୍ରେସ ମଧ୍ୟ କେନ୍ଦ୍ରର ଷ୍ଟାର ପ୍ରଚାରକଙ୍କୁ ଅନୁଗୋଳ ଆସି ପ୍ରଚାର କରିବାକୁ ନିବେଦନ କରିଥିବା ସୂଚନା ମିଳିଛି।
ଅନୁଗୋଳର ୫ଟି ନିର୍ବାଚନମଣ୍ଡଳୀ ଅନୁଗୋଳ, ତାଳଚେର, ପାଲଲହଡ଼ା, ଆଠମଲ୍ଲିକ ଓ ଛେଣ୍ଡିପଦାରେ ପ୍ରଚାରପର୍ବ ସରଗରମ୍‌ ହେଲାଣି। ପ୍ରାର୍ଥୀମାନେ ଦିନ ରାତି ଏକ୍‌ କରି ପ୍ରଚାରରେ ଲାଗି ପଡ଼ିଛନ୍ତି। କର୍ମୀମାନଙ୍କ ମଧ୍ୟରେ ମଧ୍ୟ ନାହିଁ ନ ଥିବା ଉତ୍ସାହ ଦେଖିବାକୁ ମିଳୁଛି। ଆଉ ୨ ଦିନ ପରେ ଅର୍ଥାତ୍‌ ୧୩ ତାରିଖରେ ବିଜେଡିର ଷ୍ଟାର ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ ଅନୁଗୋଳ ଜିଲା ଗ୍ରସ୍ତରେ ଆସୁଛନ୍ତି। ସେ ପ୍ରଥମେ ପାଲଲହଡ଼ା ନିର୍ବାଚନମଣ୍ଡଳୀର ରେଙ୍ଗାଳିରେ ରୋଡ୍‌ ଶୋ କରିବା ପରେ ତାଳଚେରରେ ରୋଡ୍‌ ଶୋ କରିବେ। ପରେ ଅପରାହ୍ନରେ ଅନୁଗୋଳ ଆସି ସନ୍ଧ୍ୟାରେ ରୋଡ ଶୋ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ ତାରିଖରେ ଛେଣ୍ଡିପଦା ନିର୍ବାଚନମଣ୍ଡଳୀରେ ସାଧାରଣ ସଭାରେ ଯୋଗଦେଇ ଭୋଟ ଭିକ୍ଷା କରିବେ। ଉକ୍ତ ଦିନ ଆଠମଲ୍ଲିକ ଯାଇ ସେଠାରେ ମଧ୍ୟ ସାଧାରଣ ସଭାରେ ଯୋଗଦେବେ। ଏହା ଜିଲାର ବିଜେଡି କର୍ମୀଙ୍କ ମଧ୍ୟରେ ଯୋସ ଭରିଦେବ। ପାଣ୍ଡିଆନ ଓ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଚୂଡ଼ାନ୍ତ ହୋଇସାରିଥିବା ବିଜେଡି ଜିଲା ସଭାପତି ମହେନ୍ଦ୍ର ବସ୍ତିଆ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଭାଜପା ପ୍ରାର୍ଥୀଙ୍କ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳ ଗ୍ରସ୍ତରେ ଆସିପାରନ୍ତି ବୋଲି ଭାଜପା ସଭାପତି ଦିଲେଶ୍ୱର ପ୍ରଧାନ ସୂଚନା ଦେଇଛନ୍ତି। ଏଥିସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସ୍ମୃତି ଇରାନିଙ୍କ ଭଳି କେନ୍ଦ୍ରର ଷ୍ଟାର କ୍ୟାମ୍ପେନର ଆଠମଲ୍ଲିକ, ଛେଣ୍ଡିପଦା, ତାଳଚେର ଓ ପାଲଲହଡ଼ା ଆଦି ଅଞ୍ଚଳକୁ ଆସିବାର କାର୍ଯ୍ୟକ୍ରମ ରହିଥିବା ସେ କହିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସର କେଉଁ ନେତୃ ମଣ୍ଡଳୀ ନିର୍ବାଚନ ପ୍ରଚାରରେ ଆସିବେ ତାହା ସ୍ଥିର ହୋଇନାହିଁ। କଂଗ୍ରେସ ତାର ଷ୍ଟାର ପ୍ରଚାରକ ପଠାଇବାକୁ କେନ୍ଦ୍ର ନେତୃମଣ୍ଡଳୀକୁ କୁହାଯାଇଥିବା ଜିଲା ସଭାପତି ଅମ୍ବିକା ଭଟ୍ଟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

କଟକ ଟି-୨୦ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଲା ଜୋରଦାର ଝଟ୍‌କା: ଅଭିଯୋଗ ପରେ…

ଦୁବାଇ,୯ା୧୨ (ପି.ଟି.):ରାୟପୁରଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ଭାରତକୁ ସୋମବାର ସେମାନଙ୍କ ମ୍ୟାଚ୍‌ ଫି’ର...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri