ମହିନ୍ଦ୍ରା ଏକ୍ସୟୁଭି ୩ ଏକ୍ସଓର ଅନାବରଣ

ଭୁବନେଶ୍ୱର,୧୨।୫: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ ନ୍ୟୁ ଦି ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ପଏଣ୍ଟ ଆଦିତ୍ୟ ମୋଟର୍ସ ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଆଦିତ୍ୟ ମୋଟର୍ସର ଏମ୍‌ଡି ଆଦିତ୍ୟ ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ ଏବଂ ଆଦିତ୍ୟ ମୋଟର୍ସର ବରିଷ୍ଠ ଅଧିକାରୀଙ୍କ ସମେତ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ।

ଉଲ୍ଲେଖଯୋଗ୍ୟ, ଅଲ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ରେ ଅନେକ ବୈଶିଷ୍ଟ୍ୟ ସାମିଲ ଥିଲାବେଳେ ସୁରକ୍ଷା ଦୃଷ୍ଟିକୋଣରୁ ମଧ୍ୟ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ଅନ୍ତର୍ଭୁକ୍ତ ରହିଛି। ଏପରିକି ଏସ୍‌ୟୁଭି ବର୍ଗ (ସେଗ୍‌ମେଣ୍ଟ)ରେ ଏହି ମଡେଲ ଏକ ନୂତନ ବେଞ୍ଚମାର୍କ ସୃଷ୍ଟି କରିବ ବୋଲି କମ୍ପାନୀ ପକ୍ଷରୁ ଆକଳନ କରାଯାଇଛି। ଆଦିତ୍ୟ ମୋଟର୍ସର ଏମ୍‌ଡି ଆଦିତ୍ୟ ପାତ୍ର କହିଛନ୍ତି, ଅଲ ନ୍ୟୁ ଦି ଏକ୍ସୟୁଭି ୩ଏକ୍ସଓ’କୁ ଉନ୍ମୋଚନ ସହ ବଜାର ପ୍ରବେଶ କରାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ଉକ୍ତ ମଡେଲରେ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ଓ ସୁରକ୍ଷା ବ୍ୟବସ୍ଥା ସାମିଲ ଥିଲାବେଳେ ଏସ୍‌ୟୁଭି ବର୍ଗରେ ଏହା ଏକ ନୂତନ ବେଞ୍ଚମାର୍କ ସୃଷ୍ଟି କରିବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ୩୫ରୁ ଅଧିକ ଗ୍ରାହକ ଉକ୍ତ ମଡେଲକୁ ବୁକିଂ କରିଥିଲାବେଳେ ୩ଟି ଆକର୍ଷଣୀୟ କଲର ସହ ଏହାର ବଜାର ମୂଲ୍ୟ (ଏକ୍ସ ଶୋ’ରୁମ୍‌) ୭.୪୯ଲକ୍ଷ ଟଙ୍କାରୁ ଆରମ୍ଭ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...

ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri