ମାଓବାଦୀ ଅଞ୍ଚଳକୁ ହେଲିକପ୍ଟରରେ ଗଲେ ପୋଲିଂ ପାର୍ଟି

ନୂଆପଡ଼ା,୧୨।୫(ମକାରୁ ବେମାଲ)- ମେ ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେଉଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ନୂଆପଡ଼ା ଜିଲାର ମାଓବାଦୀ ଉପଦ୍ରୁତ ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳକୁ ରବିବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପୋଲିଂ ପାର୍ଟିକୁ ପଠାଯାଇଛି।

ଅଭୟାରଣ୍ୟ ଭିତରେ ୫ଟି ପୋଲିଂ ବୁଥ ସୁନାବେଡା, ଗାତିବେଡା, ଦେଓସିଲ, ସୋସେଙ୍ଗ, ଜାମଗାଁ ରହିଛି। ଖରିଆରରୋଡ ସ୍ଥିତ ଗୋତମା ଉଡାଜାହାଜ ପଡିଆରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ୫ଟି ବୁଥର ପୋଲିଂ ପାର୍ଟିକୁ ଥରକୁ ୧୪ ଜଣ କରି ସୁନାବେଡାକୁ ପଠାଯାଇଛି। ସେମାନେ ସୁନାବେଡା, ସୋସେଙ୍ଗ ସିଆର୍‌ପିଏଫ୍‌ କ୍ୟାମ୍ପରେ ରାତ୍ରି ଯାପନ କରିବେ। ସୋମବାର ସକାଳେ ସୁରକ୍ଷା ବଳରେ ପୋଲିଂ ବୁଥକୁ ନେଇ ଛଡା ହେଲା ପରେ ଭୋଟିଂ କାର୍ଯ୍ୟ ଆରମ୍ଭ ହେବ।

ଜିଲାପାଳ ତଥା ନିର୍ବାଚନ ଅଧିକାରୀ ହେମକାନ୍ତ ସାୟଙ୍କ ନେତୃତ୍ୱରେ ପ୍ରଶାସନିକ ଅଧିକାରୀମାନେ ଇଭିଏମ୍‌କୁ ଟିକିନିଖି ଯାଞ୍ଚ କରିଥିଲେ। ପୋଲିଂ ପାର୍ଟିକୁ ତାଲିମ ଦିଆଯାଇ ବୁଥ୍‌ ଅଭିମୁଖେ ପ୍ରେରଣ କରାଯାଇଛି। ଜିଲାର ନୂଆପଡ଼ା ଓ ଖଡ଼ିଆଳ ନିର୍ବାଚନମଣ୍ଡଳୀରେ ମୋଟ ୬୦୪ଟି ବୁଥ୍‌ ରହିଛି। ଶନିବାର ଖଡିଆଳ ନିର୍ବାଚନମଣ୍ଡଳୀର ୨୮୨ ବୁଥ ପାଇଁ ପୋଲିଂ ପାର୍ଟି ପହଞ୍ଚତ୍ ସାରିଛନ୍ତି। ନୂଆପଡ଼ା ନିର୍ବାଚନମଣ୍ଡଳୀରେ ୩୦୨ବୁଥ ରହିଥିବାବେଳେ ରବିବାର ସମସ୍ତ ପୋଲିଂ ପାର୍ଟି ବୁଥ ଅଭିମୁଖେ ଯାଇଛନ୍ତି।

ନୂଆପଡ଼ା ଆରକ୍ଷୀ ଅଧୀକ୍ଷକ ଗୁନ୍ଦାଳା ରେଡ୍ଡୀ ରାଘବେନ୍ଦ୍ର, ଅତିରିକ୍ତ ଜିଲାପାଳ ଭୀମସେନ ଶବର, ନୂଆପଡା ନିର୍ବାଚନମଣ୍ଡଳୀ ନିର୍ବାଚନ ଅଧିକାରୀ ଓ ଖଡିଆଳ ନିର୍ବାଚନମଣ୍ଡଳୀ ନିର୍ବାଚନ ଅଧିକାରୀ ଭାବରେ ଉପଜିଲାପାଳ ଯୋଗେନ୍ଦ୍ର ମାଝି, ଅତିରିକ୍ତ ଜିଲାପାଳ (ରାଜସ୍ବ) ସୁବାସ ଚନ୍ଦ୍ର ରଏତ ଓ ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଲମ୍ବୋଦର ଧରୁଆ ପ୍ରମୁଖ ନିର୍ବାଚନ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri