କୁକୁରକୁ ନିଶା ଦେଇ ଘରେ କଳାକନା ବୁଲାଇଲେ ଚୋର

ଚାନ୍ଦବାଲି,୧୨ା୫(କିଷାନ ପାତ୍ର)-ପୋଷା କୁକୁରକୁ ନିଶା ଦେଇ ଘରେ କଳାକନା ବୁଲାଇଲେ ଚୋର। ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ଟଙ୍କା ଚୋରି କରିନେଲେ। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ଉତୁକୁଡା ଗାଁରେ। ଉକ୍ତ ଗ୍ରାମର ରଞ୍ଜିତ ନାୟକଙ୍କ ପୋଷା କୁକୁରକୁ ନିଶା ଦେଇ ଘରୁ ଚୋରି କରାଯାଇଥିବା ନେଇ ଚାନ୍ଦବାଲି ଥାନାରେ ଲିଖିତ ଅଭିଯୋଗ ହୋଇଛି।
   ରଞ୍ଜିତ କରିଥିବା ଅଭିଯୋଗ ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ତାଙ୍କ ପରିବାର ଲୋକେ ଶୋଇବା ପରେ ଚୋରମାନେ ରଡ୍‌ ମାଧ୍ୟମରେ ଘରର କବାଟ ତାଡ଼ି ଭିତରେ ପଶିଥିଲେ। ଚୋରମାନେ ତାଙ୍କ ପୋଷା କୁକୁରକୁ ନିଶା ଦେଇ ସଂଜ୍ଞାହୀନ କରି ଦେଇଥିଲେ। ରବିବାର ସକାଳେ କୁକୁର ଚେତାଶୂନ୍ୟ ହୋଇ ପଡ଼ି ରହିଥିବା ସେମାନେ ଦେଖିବାକୁ ପାଇଥିଲେ।
ଚୋରମାନେ ବାକ୍ସ ଟେକି ନେଇ ସେଥିରେ ଥିବା ସୁନା କାନଫୁଲ, ଚୁଡ୍‌, ପଟି, ହାର, ମୁଦି ଅଳଙ୍କାର ସହ ମହିଳା ମଣ୍ଡଳରେ ଡିପୋଜିଟ ଟଙ୍କା, ଏଲ୍‌ ଆଣ୍ଡ୍‌ ଟି ମଣ୍ଡଳରୁ ଆଣିଥିବା ୬୫ ହଜାର ଲୋନ୍‌ ଟଙ୍କା ଏମିତି ୩ ଲକ୍ଷରୁ ଅଧିକ ଟଙ୍କାର ଜିନିଷ ଚୋରି କରି ନେଇଛନ୍ତି। ଜିନିଷପତ୍ର ନେଇଯାଇ ବାକ୍ସ ବାହାରେ ଫିଙ୍ଗି ଦେଇଛନ୍ତି। ରଞ୍ଜିତ ଜଣେ ରାଜମିସ୍ତ୍ରି ଭାବେ କାମ କରିବା ସହ ଘର ପାଖରେ ଛୋଟ ଦୋକାନ କରି ଚଳୁଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ଗୋଆ ନାଇଟ କ୍ଲବ ମାଲିକ ଲୁଥ୍ରା ବ୍ରଦର୍ସଙ୍କୁ ବଡ଼ ଝଟକା, ଆଗୁଆ ଜାମିନ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ,୧୧।୧୨: ଗୋଆର ପ୍ରସିଦ୍ଧ ବିର୍ଚ ବାଇ ରୋମିଓ ନାଇଟ କ୍ଲବରେ ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀର ରୋହିଣୀ କୋର୍ଟ ରେଷ୍ଟୁରାଣ୍ଟ ମାଲିକ ଗୌରବ ଲୁଥ୍ରା ଏବଂ ସୌରଭ...

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା...

କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ

ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ...

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri