ହସ୍ତଶିଳ୍ପ ଷ୍ଟଲ୍‌ରେ ପ୍ରବଳ ଭିଡ଼

ଭୁବନେଶ୍ୱର,୧୩।୫: ସନ୍ଧ୍ୟା ହେଲେ ସହରବାସୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ରେ ଭିଡ଼ ଜମାଉଛନ୍ତି। ଏପରିକି ଘର ସାଜସଜ୍ଜା ପାଇଁ ସୂକ୍ଷ୍ମ କାରୁକାର୍ଯ୍ୟରେ ନିର୍ମିତ ହସ୍ତଶିଳ୍ପ ସାମଗ୍ରୀ ଷ୍ଟଲରେ ପ୍ରବଳ ଭିଡ ଜମାଉଛନ୍ତି। ସେହିଭଳି ସୁଲଭ ମୂଲ୍ୟରେ ଗୁଣାତ୍ମକ ହ୍ୟାଣ୍ଡଲୁମ ପୋଷାକର ସମ୍ଭାର ଗ୍ରାହକ ପାଉଥିତ୍ବାବେଳେ ବୟନିକା ଷ୍ଟଲ ପକ୍ଷରୁ ମଧ୍ୟ ଆକର୍ଷଣୀୟ ୧୦+୨୦%ର ସ୍ବତନ୍ତ୍ର ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି।

ଅପରପକ୍ଷରେ ମେଳା (ପ୍ରଦର୍ଶନୀ) ବୁଲା ସାଙ୍ଗକୁ ମନଲାଖି ଘରକରଣା ଜିନିଷ ଓ ପୋଷାକ ସୁଲଭ ମୂଲ୍ୟରେ ଗ୍ରାହକ ପାଇପାରୁଛନ୍ତି। ଉଲ୍ଲେଖଯୋଗ୍ୟ,୨୦୨୪ ଫେବୃଆରୀ ୨୩ରୁ ଆରମ୍ଭ ହୋଇଥିବା ଏହି ପ୍ରଦଶର୍ନୀ ଏହାରି ମଧ୍ୟରେ ୮୦ ଦିନ ଅତିକ୍ରମ କରିସାରିଛି। ବିଶେଷ କରି ଗ୍ରାହକଙ୍କ ଚାହିଦା ଓ ବଜାର (ପ୍ରଦର୍ଶନୀ)ର ଆବଶ୍ୟକତାକୁ ଆଖି ଆଗରେ ରଖି ମେଳାର ଅବଧିକୁ ମଧ୍ୟ ୨୦୨୪ ମେ ୨୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ସେହିପରି ମେଳାର କାରବାର ଉତ୍ସାହଜନକ ରହିଥିବାରୁ ବ୍ୟବସାୟୀ ଓ ବୁଣାକାର ସମିତିଗୁଡିକ ପକ୍ଷରୁ ଭଳିକି ଭଳି ପୋଷାକ ଓ ବିଭିନ୍ନ ରାଜ୍ୟର ଲୋକପ୍ରିୟ ତଥା ପ୍ରସିଦ୍ଧ ବସ୍ତ୍ରଗୁଡିକର ବ୍ୟାପକ ସମ୍ଭାର ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି ବୋଲି ଆୟୋଜକ ଓ ବ୍ୟବସାୟୀମାନେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆଠାରେ ଜାରି ରହିଥିବା ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ ପ୍ରତ୍ୟହ ଦିବା ୧୧ ଘଟିକାରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri