Posted inଖେଳ

ପ୍ଲେ ଅଫ୍‌ ଆଶା ଉଜ୍ଜୀବିତ ରଖିଲା ଆରସିବି

ବେଙ୍ଗାଲୁରୁ,୧୨ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଦିଲ୍ଳୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌କୁ ୪୭ ରନରେ ଜିତି ନେଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟରେ ଆରସିବି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟରେ ୧୮୭ ରନ୍‌ କରିଥିଲା ଜବାବରେ ଦିଲ୍ଲୀ ୧୯.୧ ଓଭରରେ ସମସ୍ତ ଉଇକେଟ ହରାଇ ୧୪୦ ରନ୍‌ କରିଥିଲା। ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ବୋଲିଂ କରିଥିଲା।

ଆରସିବି ଅଧିନାୟକ ଫାଫ୍‌ ଡୁ ପ୍ଲେସି ମାତ୍ର ୬ ରନ୍‌ କରି ଦ୍ୱିତୀୟ ଓଭରରେ ପ୍ୟାଭିଲିୟନ୍‌ ଫେରିଥିଲେ। ତେବେ ଷ୍ଟାର ବ୍ୟାଟର ବିରାଟ କୋହଲି ମାତ୍ର ୧୩ ବଲ୍‌ ଖେଳି ୧ ଚୌକା ଓ ୩ ଛକା ସହ ୨୭ ରନ୍‌ କରିଥିଲେ। କୋହଲି ଆଉଟ ହେବା ପରେ ଓ୍ବିଲ ଜ୍ୟାକ୍ସ(୪୧)ଙ୍କ ସହ ଯୋଗ ଦେଇ ରଜତ ପଟିଦାର ତୃତୀୟ ଉଇକେଟରେ ୮୮ ରନ୍‌ ଯୋଡିଥିଲେ। ପଟିଦାର ୩୨ ବଲ୍‌ ଖେଳି ୩ଟି ଲେଖାଏ ଛକା ଓ ଚୌକା ମାରି ୫୨ ରନ୍‌ କରିଥିଲେ। ଅନ୍ୟ ପକ୍ଷରେ ଓ୍ବିଲ୍‌ ଜ୍ୟାକ୍ସ ୨୯ ବଲ୍‌ ଖେଳି ୩ ଚୌକା ଓ ୨ ଛକା ମାରିଥିଲେ। ମଧ୍ୟକ୍ରମରେ ମହିପାଲ ଲୋମରୋର ୧୩, ଦୀନେଶ କାର୍ତ୍ତିକ ୦ ଓ ସ୍ବପ୍ନିଳ ସିଂ ୦ ନିରାଶ କରିଥିଲେ।

କାମେରନ୍‌ ଗ୍ରୀନ୍‌ ୨୪ ବଲ୍‌ ଖେଳି ୧ ଚୌକା ଓ ୨ ଛକା ସହ ୩୨ ରନ୍‌ କରି ଶେଷ ଯାଏ ଅପରାଜିତ ରହିଥିଲେ। କ୍ୟାପିଟାଲ୍ସ ପକ୍ଷରୁ ଖଲିଲ ଅହମଦ ଓ ରଶିଖ୍‌ ଦର ସଲାମ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ୧୮୮ ରନ୍‌ର ଲକ୍ଷ୍ୟ ଚିନ୍ନାସ୍ବାମୀ ଗ୍ରାଉଣ୍ଡରେ ସହଜ ହେବ ବୋଲି ଆଶା କରାଯାଉଥିଲା। ତେବେ ଆରସିବି ବୋଲର ସଠିକ୍‌ ଲାଇନ ଲେନ୍ଥରେ ବୋଲିଂ କରି ମ୍ୟାଚକୁ ଜିତି ନେଇଥିଲେ। ଦିଲ୍ଳୀ ପକ୍ଷରୁ ଅଧିନାୟକ ଅକ୍ଷର ପଟେଲ ସର୍ବାଧିକ ୫୭ ରନ୍‌ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଶାଇ ହୋପ୍‌ ୨୯ ଓ ଜେକ୍‌ ଫ୍ରେଜର ମ୍ୟାକ୍‌ଗ୍ରୁକ ୨୧ରନ୍‌ କରିଥିଲେ। ଅକ୍ଷର ୩୯ ବଲ୍‌ ଖେଳି ୫ ଚୌକା ଓ ୩ ଛକା ମାରିଥିଲେ। ଆରସିବି ପକ୍ଷରୁ ୟଶ ଦୟାଲ ୩, ଲୋକି ଫର୍ଗୁସନ ୨, ସ୍ବପ୍ନିଳ ସିଂ, ମହମ୍ମଦ ସିରାଜ ଓ କାମେରନ୍‌ ଗ୍ରୀନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଉଭୟ ଦଳ ସମାନ ୧୨ ପଏଣ୍ଟ ଲେଖାଏ ପାଇଥିବା ବେଳେ ଅନ୍ତିମ ମ୍ୟାଚ୍‌ରେ ବଡ ବ୍ୟବଧାନରେ ବିଜୟ ହାସଲ କଲେ ପ୍ଲେ ଅଫ୍‌ ଯିବାର ସମ୍ଭାବନା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri