ବସତି କଲୋନୀ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳ

ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୧୩ା୫: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବସବାସ କରୁଥିବା ମାଙ୍କଡ଼ିଆ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ବସତି କଲୋନୀର ଅଧାପନ୍ତରିଆ ଗୃହ ଏବେ ଅସାମାଜିକଙ୍କ ଆଡ୍ଡାସ୍ଥଳ ପାଲଟିଛି। ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ନିର୍ମିତ ଏହି ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଲୋକାୟୁକ୍ତରେ ଅଭିଯୋଗ ହୋଇଥିଲା। ଏହାପରେ ଭିଜିଲାନ୍ସ ପକ୍ଷରୁ ଦାଖଲ ତଦନ୍ତ ରିପୋର୍ଟ ଆଧାରରେ ଲୋକାୟୁକ୍ତଙ୍କ ଚୂଡ଼ାନ୍ତ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାରେ ବିଭାଗ ବିଫଳ ହୋଇଛି। ଫଳରେ ଘରଗୁଡ଼ିକରୁ କବାଟ, ଝରକା, ଇଟା ଚୋରି ହେବା ସହ ନିରୀହ, ଗରିବ ମାଙ୍କଡିଆ ଆଦିବାସୀଙ୍କ ପକ୍କାଘର ସପନ ଏଠାରେ ମଉଳି ଯାଇଛି ବୋଲି ମତପ୍ରକାଶ ପାଇଛି।
ସୂଚନାଯୋଗ୍ୟ, ସାମାଜିକ କର୍ମୀ ମଣ୍ଟୁ ଦାସଙ୍କ ଅଭିଯୋଗକ୍ରମେ ଲୋକାୟୁକ୍ତରେ ୩୪୬/୨୦୨୩ ନମ୍ବରରେ ଏକ ମାମଲା ରୁଜୁ ହୋଇଥିଲା। ଅଭିଯୋଗ ଅନୁସାରେ ,ଡିଏମ୍‌ଏଫ୍‌ ପାଣ୍ଠିରୁ ୩ କୋଟି ୨୫ ଲକ୍ଷ ୧୮ ହଜାର ୩୯୩ ଟଙ୍କା ମଞ୍ଜୁର ହୋଇ ପ୍ରତ୍ୟେକ ମାଙ୍କଡ଼ିଆ ଆଦିବାସୀ ପରିବାରକୁୁ ଘର ସମେତ ପାନୀୟ ଜଳ, ପାଇଖାନା, ଗାଧୋଇବା ଘର, ବିଦ୍ୟୁତ୍‌ ସଂଯୋଗ ଆଦି ଯୋଗାଇଦେବାକୁ ନିଷ୍ପତ୍ତି ହୋଇଥିଲା। ହେଲେ ନିର୍ଦ୍ଧାରିତ ୨୧ା୨ା୨୦୨୦ ସୁଦ୍ଧା ବସତି କଲୋନୀର ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଶେଷ ହେବା ପରିବର୍ତ୍ତେ ନିର୍ମାଣାଧୀନ ଅଧିକାଂଶ ଘର ଅତି ନିମ୍ନମାନର ହେବା ସହ କେତେକ ସ୍ଥାନରେ ଫାଟ ସୃଷ୍ଟି ହୋଇଥିଲା। ଏହାପରେ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ଅନୁସାରେ ଭିଜିଲାନ୍ସ ପକ୍ଷରୁ ତଦନ୍ତ କରାଯାଇ ରିପୋର୍ଟ ଦାଖଲ ହୋଇଛି। ଉକ୍ତ ତଦନ୍ତ ରିପୋର୍ଟରେ କାର୍ଯ୍ୟର ଅଗ୍ରଗତି ଅନୁସାରେ ଅର୍ଥ ପ୍ରଦାନ କରାଯାଇଥିଲା ଏବଂ ଏଥିରେ କୌଣସି ଆର୍ଥିକ ଅନିୟମିତତା ହୋଇନାହିଁ ବୋଲି ଦର୍ଶାଯାଇଥିଲା। ତେବେ ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ଦକ୍ଷତାର ଅଭାବ ଯୋଗୁ ନିର୍ମାଣ କାର୍ଯ୍ୟ ଠିକ୍‌ ଭାବେ ହୋଇପାରି ନ ଥିଲା। ତେଣୁ ଏହାର ପୁନଃଟେଣ୍ଡର କରି ଅଗ୍ରାଧିକାର ଭିତ୍ତିରେ ନିର୍ମାଣ କାର୍ଯ୍ୟ ଶେଷ କରାଯାଇପାରେ ବୋଲି ଭିଜିଲାନ୍ସ ପକ୍ଷରୁ ଲୋକାୟୁକ୍ତଙ୍କୁ ପ୍ରସ୍ତାବ ଦିଆଯାଇଥିଲା। ଲୋକାୟୁକ୍ତ ଉକ୍ତ ପ୍ରସ୍ତାବକୁ ଗ୍ରହଣ କରିବା ସହ ଜିଲାପାଳ ଏବଂ ଗ୍ରାମ୍ୟ ନିର୍ମାଣ ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କୁ ତୁରନ୍ତ ପୁନଃଟେଣ୍ଡର କରି ଆବଶ୍ୟକ ପଦକ୍ଷେପ ନେବାକୁ ୯ା୨ା୨୦୨୪ରେ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏଯାଏ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ଅନୁସାରେ ଉକ୍ତ ବସତି କଲୋନୀ ସମ୍ପୂର୍ଣ୍ଣ ହୋଇପାରିନାହିଁ। ବସତି କଲୋନୀର ୮୭ଟି ଗୃହ ମଧ୍ୟରୁ ୬୫ଟିର ନିର୍ମାଣ କାର୍ଯ୍ୟ ହୋଇଥିବାବେଳେ ବାକି ଭୂଇଁରୁ ଉଠିନି। ଏଥିଯୋଗୁ ଲୋକାୟୁକ୍ତରେ ଦାଖଲ ହୋଇଥିବା ଭିଜିଲାନ୍ସ ତଦନ୍ତ ରିପୋର୍ଟର ସତ୍ୟାସତ୍ୟ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ସଂକ୍ରାନ୍ତରେ ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ଜ୍ଞାନରଞ୍ଜନ ନାୟକଙ୍କୁ ପଚାରିବାରୁ ସେ କହିଛନ୍ତି, ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ପରେ ପରେ ନିର୍ବାଚନୀ କୋଡ୍‌ ଅଫ କଣ୍ଡକ୍ଟ ଲାଗିଲା। ତେଣୁ ପୁନଃ ଟେଣ୍ଡର ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri