୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪।୫(ଅସମାପିକା ସାହୁ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ। ଏଥିପାଇଁ ପାଗ ଅନୁକୂଳ ରହିଛି। ଗତବର୍ଷ ମଧ୍ୟ ଏହି ସମୟରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ତାରିଖ ଅନୁସାରେ ଅଗ୍ରସର ହୋଇଥିଲା ବୋଲି ସୋମବାର ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ବିଭାଗର ସୂଚନାନୁସାରେ, ଗତବର୍ଷ ଜୁନ୍‌ ୮ରେ ଭାରତର ମୁଖ୍ୟ ଭୂଖଣ୍ଡ କେରଳ ଉପକୂଳକୁ ୭ଦିନ ବିଳମ୍ବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବେଶ କରିଥିଲା। ସେହିପରି ଓଡ଼ିଶାକୁ ସ୍ବାଭାବିକ ସମୟଠାରୁ ପାଖାପାଖି ୧୦ ଦିନ ବିଳମ୍ବରେ ଅର୍ଥାତ୍‌ ଜୁନ ୨୨ବେଳକୁ ଅଗ୍ରସର ହୋଇଥିଲା। ଗତବର୍ଷ ଗୁଜରାଟ ଉପକୂଳ ଛୁଇଁ ଥିବା ବିପର୍ଯ୍ୟୟ ବାତ୍ୟା ପ୍ରଭାବରେ ଉତ୍ତରପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ଶୁଷ୍କ ଗରମ ବାୟୁର ପ୍ରବେଶ ଯୋଗୁ ଜୁନ ପ୍ରାରମ୍ଭରେ ମୌସୁମୀ ପ୍ରବେଶ ବିଳମ୍ବ ହୋଇଥିଲା ଏବଂ ପାଖାପାଖି ୩୭% କମ୍‌ ବର୍ଷା ରେକର୍ଡ କରାଯାଇଥିଲା। ଏଥିସହ ୧୨ଦିନ ଗ୍ରୀଷ୍ମ ପ୍ରବାହ ମଧ୍ୟ ଅନୁଭୂତ ହୋଇଥିଲା। ସାଧାରଣତଃ ମୌସୁମୀ ଆଣ୍ଡାମାନ ସାଗରକୁ ପ୍ରବେଶ କରିବା ପରେ ଯଦି ବାତ୍ୟା କିମ୍ବା ଅବପାତ ପାଣିପାଗ ପ୍ରକ୍ରିୟା ସୃଷ୍ଟି ନ ହୁଏ, ତେବେ କେରଳ ତଥା ଓଡ଼ିଶାକୁ ସମୟ ପୂର୍ବରୁ ମୌସୁମୀ ଅଗ୍ରସର ହେବା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ପାଣିପାଗ ବିଭାଗ କହିଛି।
ଏପଟେ ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ସୋମବାର ଭଦ୍ରକ, ଦାରିଙ୍ଗବାଡ଼ି, ବାରିପଦାରେ ବର୍ଷା ହୋଇଥିବାବେଳେ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଝଡ଼ତୋଫାନ ହେବ। ଏସବୁ ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କି.ମି. ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅପରପକ୍ଷେ ସୋମବାର ନୂଆପଡ଼ାରେ ସର୍ବାଧିକ ୪୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ବାକିସବୁ ସ୍ଥାନ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri