Posted inଖେଳ

ଏସିଆନ ବଡିବିଲ୍ଡିଂରେ ଭାଗନେବେ ଶୁଭକାନ୍ତ

ଭୁବନେଶ୍ୱର, ୧୪।୫ (ତପନ ସ୍ବାଇଁ): ଇଣ୍ଡୋନେସିଆର ବାଟମଠାରେ ୫୬ତମ ଏସିଆନ ବଡିବିଲ୍ଡିଂ ଆଣ୍ଡ ଫିଜିକ୍‌ ସ୍ପୋଟର୍‌ସ ଚାମ୍ପିୟନଶିପ୍‌ ଅଗଷ୍ଟ ୬ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଭାରତୀୟ ପ୍ରତିଯୋଗୀଙ୍କ ଚୟନ ଟ୍ରାଏଲ୍ସ କେରଳର କୋଚିଠାରେ ଗତ ୧୧ ଓ ୧୨ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉତ୍ତୀର୍ଣ୍ଣ ହୋଇ ଜଣେ ପ୍ରତିଯୋଗୀଭାବେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ମନୋନୀତ ହୋଇଛନ୍ତି କିଟ୍‌-କିସ୍‌ର ବଡିବିଲ୍ଡିଂ କୋଚ୍‌ ଶୁଭକାନ୍ତ ମଲିଆ। ସେହିପରି ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌)ର ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ ପାଇଁ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ (କିମ୍ସ)ର ଫିଜିଓଲୋଜି ଓ ସ୍ପୋଟର୍‌ସ ମେଡିସିନ ବିଭାଗୀୟ ମୁଖ୍ୟ ସୁଦୀପ ଶତପଥୀଙ୍କୁ ଟୁର୍ନାମେଣ୍ଟ ଡାକ୍ତରଭାବେ ନିଯୁକ୍ତି ମିଳିଛି। ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଜୁନିୟର ଚାମ୍ପିୟନଶିପ୍‌ ଚାଇନାର ନାନ୍‌ଚାଙ୍ଗଠାରେ ସେପ୍ଟେମ୍ବର ୨୮ରୁ ଅକ୍ଟୋବର ୧୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପୂର୍ବରୁ ସୁଦୀପ ବିଡବ୍ଲ୍ୟୁଏଫ୍‌ ପକ୍ଷରୁ ନେଦରଲାଣ୍ଡ୍ସର ରୋଟରଡାମଠାରେ ୨୦୨୩ରେ ଅନୁଷ୍ଠିତ ୟୁରୋପିଆନ ପାରା ଗେମ୍ସରେ ଟୁର୍ନାମେଣ୍ଟ ଡାକ୍ତରଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ସେହିପରି ସେ ୨୦୨୧ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳର ଡାକ୍ତର ଥିଲେ। ଏହା ବ୍ୟତୀତ ସେ ରିଓ ଅଲିମ୍ପିକ୍ସ ଓ ପ୍ରିମିୟର ବ୍ୟାଡ୍‌ମିଣ୍ଟନ ଲିଗ୍‌ ପାଇଁ ସ୍ପୋଟର୍‌ସ ମେଡିସିନ ଡାକ୍ତର ମଧ୍ୟ ଥିଲେ। ସୁଦୀପ ୨୦୧୫ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ରେ ସଚିନ ତେନ୍ଦୁଲକରଙ୍କ ମାଲିକାନାରେ ଥିବା କେରଳ ବ୍ଲାଷ୍ଟର୍ସ ଏଫ୍‌ସି ଦଳର ଟିମ୍‌ ଡାକ୍ତର ଥିଲେ। ଉଭୟ ଶୁଭକାନ୍ତ ଓ ସୁଦୀପଙ୍କୁ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri