ସମସ୍ତଙ୍କୁ ମିଳିବ ବିଜୁ ସ୍ବାସ୍ଥ୍ୟବୀମା କାର୍ଡ: ନବୀନ

ରାଉରକେଲା,୧୬ା୫(ଦିନେଶ ମିଶ୍ର)ରଘୁନାଥପାଲ୍ଲୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେକ୍ଟର-୧୩ ମେଲଣ ପଡ଼ିଆରେ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ବୁଧବାର ଜନସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସମସ୍ତଙ୍କୁ ବିଜୁ ସ୍ବାସ୍ଥ୍ୟବୀମା କାର୍ଡ ମିଳିବ ବୋଲି କହିଥିଲେ। ସ୍ବାସ୍ଥ୍ୟକ୍ଷେତ୍ରରେ ବିଏସ୍‌କେୱାଇ, ମିଶନ ଶକ୍ତି, ମମତା ଯୋଜନା, ଲକ୍ଷ୍ମୀ ବସ୍‌, କୃଷକ ପାଇଁ କାଳିଆ ଯୋଜନା, ଶିକ୍ଷା ପାଇଁ ୫-ଟି ଯୋଜନା, ମଧୁବାବୁ ପେନ୍‌ସନ ଯୋଜନା ଭଲ କି ବୋଲି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ସମାବେଶରେ ଉପସ୍ଥିତ ଜନସାଧାରଣଙ୍କୁ ପ୍ରଶ୍ନ କରିଥିଲେ। ଶଙ୍ଖ ଚିହ୍ନ ଭଲ କି ନବୀନ ପଟ୍ଟନାୟକ ଭଲ କି କହି ସମାବେଶରେ ଉପସ୍ଥିତ ଭୋଟରଙ୍କୁ ଆକୃଷ୍ଟ କରିଥିଲେ। ଜୁଲାଇ ମାସରୁ ବିଜୁଳି ବିଲ ମାଗଣା ସାଙ୍ଗକୁ ସମସ୍ତଙ୍କ ପାଇଁ ବିଏସ୍‌କେୱାଇ କାର୍ଡ ଫ୍ରି ମିଳିବ କହିଥିଲେ ନବୀନ। ବିରୋଧୀ ଦଳ ମିଛ କଥା କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ତେଣୁ ଚଳିତ ନିର୍ବାଚନରେ ଶଙ୍ଖଚିହ୍ନକୁ ଭୋଟ ଦେଇ ଜୟଯୁକ୍ତ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟରଙ୍କୁ ଆହ୍ବାନ ଦେଇଥିଲେ। ସେହିଭଳି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ତାଙ୍କ ବକ୍ତବ୍ୟରେ କହିଥିଲେ, ରାଉରକେଲା ଓ ରଘୁନାଥପାଲୀ ନିର୍ବାଚନ ମଣ୍ଡଳୀର ହେବ ସ୍ବତନ୍ତ୍ର ବିକାଶ। ଏହି ଉଭୟ ନିର୍ବାଚନ ମଣ୍ଡଳୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିକାଶର ବ୍ଲୁପ୍ରିଣ୍ଟ ତିଆରି କରି ସାରିଛନ୍ତି। ସୁନ୍ଦରଗଡକୁ ମୁଖ୍ୟମନ୍ତ୍ରୀ ହୃଦୟରୁ ଭଲ ପାଆନ୍ତି ା ତେଣୁ ବିଶ୍ୱ ଦରବାରରେ ସୁନ୍ଦରଗଡ ଜିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ବିଶ୍ୱକପ କରାଇ ସ୍ବତନ୍ତ୍ର ପରିଚୟ ଦେଇସାରିଛନ୍ତି। ତେଣୁ ଚଳିତ ନିର୍ବାଚନରେ ସୁନ୍ଦରଗଡ଼ ଜିଲାରେ ୭ଟି ନିର୍ବାଚନ ମଣ୍ଡଳୀରେ ସମସ୍ତ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ପରିମାଣରେ ଭୋଟଦେଇ ଜୟଯୁକ୍ତ କରାଇବାକୁ ପାଣ୍ଡିଆନ ସଭାରେ ଉପସ୍ଥିତ କର୍ମୀଙ୍କୁ ଆହ୍ବାନ ଦେଇଥିଲେ। ଏହି ସମାବେଶରେ ରଘୁନାଥପାଲି ନିର୍ବାଚନ ମଣ୍ଡଳୀର ପ୍ରାର୍ଥତ୍ନୀ ଅର୍ଚ୍ଚନାରେଖା ବେହେରା, ରାଉରକେଲା ପ୍ରାର୍ଥୀ ସାରଦା ପ୍ରସାଦ ନାୟକ, ବୀରମିତ୍ରପୁର ପ୍ରାର୍ଥୀ ରୋହିତ ଯୋଶେଫ ତିର୍କୀ, ରାଜଗାଙ୍ଗପୁର ପ୍ରାର୍ଥୀ ଅନୀଲ ବାରୁଆ, ବଣାଇ ପ୍ରାର୍ଥୀ ଭୀମସେନ୍‌ ଚୌଧୁରୀ, ତଳସରା ପ୍ରାର୍ଥୀ ବିନୟ ଟପ୍ପୋ, ସୁନ୍ଦରଗଡ଼ ପ୍ରାର୍ଥୀ ଯୋଗେଶ ସିଂ ପ୍ରମୁଖ ଉପସ୍ଥିତ ଥିଲେ। ବିଜେଡି ଜିଲା ସଭାପତି ହାଲୁ ମଣ୍ଡାରୀ ଅତିଥି ପରିଚୟ ପ୍ରଦାନ କରିଥିଲେ। ଶେଷରେ ଦଳର ବରିଷ୍ଠ ନାରୀନେତ୍ରୀ ଛବି ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri