ବଡ଼ ହୃଦୟ ଦେଖାଇଲେ ନବୀନ ପଟ୍ଟନାୟକ: ଆମ୍ବୁଲାନ୍ସ ଦେଖି…

ଭୁବନେଶ୍ୱର,୧୬ା୫(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ ଗୁରୁବାର ସନ୍ଧ୍ୟାରେ ଗଙ୍ଗନଗରଠାରେ ନବୀନଙ୍କ ଗାଡ଼ି ପହଞ୍ଚିଥିଲା। ନବୀନ ଗାଡ଼ି ଉପରକୁ ଉଠି ସେଠାରେ ସମବେତ ହଜାର ହଜାର ଲୋକଙ୍କୁ ଉଦ୍‌ବୋଧନ ଦେଇଥିଲେ। ରାସ୍ତା ଖଚାଖଚ ଭିଡ଼ ଥିଲା। ରୋଡ୍‌ ଶୋ’ ବେଳକୁ ଏହି ରାସ୍ତାରେ ସାଧାରଣ ଲୋକ ଓ ଯାନବାହନ ଯାତାୟାତ ବନ୍ଦ ଥିଲା। ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଆରମ୍ଭ କରିବା କ୍ଷଣି ଆମ୍ବୁଲାନ୍ସର ସାଇରନ୍‌ ବାଜିଥିଲା। ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ କିଛିକ୍ଷଣ ପାଇଁ ବନ୍ଦକରି ହାତ ହଲାଇ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିବାକୁ ସୂଚନା ଦେଇଥିଲେ। ତାଙ୍କ ଇସାରା ପାଇବା ମାତ୍ରେ ଲୋକେ କଡ଼େଇ ହୋଇଯାଇଥିଲେ। ପୋଲିସ କର୍ଡନ କରି ଆମ୍ବୁଲାନ୍ସକୁ ବାଟ କଢ଼ାଇ ନେଇଥିଲା। ରୋଡ୍‌ ଶୋ’ ଭିଡ ମଧ୍ୟରେ ଆମ୍ବୁଲାନ୍ସ ନ ଅଟକି ନିଜ ଗନ୍ତବ୍ୟ ପଥରେ ଚାଲିଯାଇଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେବା ସହ ହାତ ହଲାଇ ଅଭିବାଦନ କରିଥିଲେ। ପ୍ରବଳ ଭିଡ଼ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ ଆଗକୁ ବଢ଼ିଥିଲା। ଗଙ୍ଗନଗର ଛକ ପରେ ଏଲ୍‌ଆଇସି ଛକ, ଗୋପବନ୍ଧୁ ଛକ, ୟୁନିଟ୍‌-୮, ଡିଏଭି ସ୍କୁଲ ଛକ, ଏଚ୍‌ଡିଏଫ୍‌ସି ଛକ, ବାଲୁଙ୍କେଶ୍ୱର ମନ୍ଦିର ଦେଇ ରୋଡ୍‌ ଶୋ’ ଆଗକୁ ଚାଲିଥିଲା। ରାସ୍ତାର ଦୁଇକଡ଼ରେ ଶହ ଶହ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’ ମମତାଜ ଅଲ୍ଲୀ ହାଇସ୍କୁଲ, ଶ୍ରୀକ୍ରିଷ୍ଣା କ୍ଲବ, କଳିଙ୍ଗ ଷ୍ଟାଡିୟମ, ନିକୋପାର୍କ ଛକ, ବାୟାବାବା ଲେନ୍‌, ରୂପାଲି ଛକ, ସତ୍ୟନଗର, ଶ୍ରୀୟା ଛକ, ମାଷ୍ଟର କ୍ୟାଣ୍ଟିନ, ରାଜମହଲ ଛକ ଦେଇ ଶିଶୁ ଭବନ ଛକ ପର୍ଯ୍ୟନ୍ତ ଯାଇଥିଲା। ରାସ୍ତାର ଦୁଇ ପାର୍ଶ୍ୱରେ ଲୋକମାନେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’କୁ ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା ଦେଖାଯାଇଥିଲା। ରୋଡ୍‌ ଶୋ ବେଳେ ମୁଖ୍ୟମନ୍ତ୍ରୀ ବସ୍‌ର ଖୋଲା ରୁଫ ଦେଇ ଲୋକଙ୍କୁ ହାତହଲାଇ ଅଭିନନ୍ଦନ ଜଣାଇବା ସହ ଦଳୀୟ ପ୍ରାର୍ଥୀମାନଙ୍କୁ ବହୁ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରିବାକୁ ଅନୁରୋଧ କରିଥିଲେ। ଏହି ରୋଡ୍‌ ଶୋ’ରେ ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ, ଭୁବନେଶ୍ୱର ଏକାମ୍ର ବିିଧାୟକ ପ୍ରାର୍ଥୀ ଅଶୋକ ଚନ୍ଦ୍ର ପଣ୍ଡା, ମଧ୍ୟ ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ସମେତ ବିଜେଡିର ବହୁ ବରିଷ୍ଠ ନେତା ଓ କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri