ଟିପିସିଓଡିଏଲ୍‌ର ନୂତନ ଅଭିଯାନ

ଭୁବନେଶ୍ୱର,୧୭ା୫: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ନୂତନ ଅଭିଯାନ ‘ସମୃଦ୍ଧି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର କର୍ପୋରେଟ୍‌ ସୋସିଆଲ ରେସ୍‌ପନ୍ସବିଲିଟି (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଜରିଆରେ ଏହି ଅଭିଯାନର ଆରମ୍ଭ ହୋଇଛି। ଏହା ଜରିଆରେ କମ୍ପାନୀ ଗ୍ରାମୀଣ ଅଞ୍ଚଳର ବିକାଶ ପ୍ରତି ପ୍ରତିବଦ୍ଧତା ବଜାୟ ରଖିଛି।

ଅପରପକ୍ଷରେ ସମୃଦ୍ଧି ହେଉଛି,ପାଣ୍ଟିସ୍‌ ସେଣ୍ଟର ଫର୍‌ ଜଷ୍ଟ ଟ୍ରାଞ୍ଜିସନ, ନିଟ୍‌କନ୍‌ ସୋସିଆଲ ଫାଉଣ୍ଡେଶନ ଓ ଜିଆଇଜେଡ୍‌-ଜର୍ମାନୀର ଏକ ମିଳିତ ପ୍ରୟାସ। ଏପରିକି ଗ୍ରାମୀଣ ସମୁଦାୟରେ ଦୀର୍ଘସ୍ଥାୟୀ ଅର୍ଥନୈତିକ ବିକାଶର ଲକ୍ଷ୍ୟ ନେଇ ଟିପିସିଓଡିଏଲ୍‌ ପକ୍ଷରୁ ସମୃଦ୍ଧି ଅଭିଯାନ ଅଧୀନରେ ୨୦ଜଣ କମ୍ୟୁନିଟି ରିସୋର୍ସ ପର୍ସନ (ସିଆର୍‌ପି)ଙ୍କୁ ଜାତୀୟ ମତ୍ସ୍ୟ ବିକାଶ ବୋର୍ଡ (ଏନ୍‌ଏଫ୍‌ଡିବି) ଓ କେନ୍ଦ୍ରୀୟ ମଧୁରଜଳ ମତ୍ସ୍ୟ ପାଳନ ଗବେଷଣା ସଂସ୍ଥା ଭୁବନେଶ୍ୱରକୁ ପରିଦର୍ଶନରେ ନିଆଯାଇଥିଲା।

ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କହିଥିଲେ,ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ପାଇଁ ଟିପିସିଓଡିଏଲ୍‌ ପ୍ରତିବଦ୍ଧ ରହିଛି। ଏପରିକି ‘ସମୃଦ୍ଧି’ ଅଭିଯାନ ଜରିଆରେ ଗ୍ରାମୀଣ ଚାଷୀମାନଙ୍କୁ ଆଧୁନିକ ମତ୍ସ୍ୟଚାଷ ପଦ୍ଧତି ବିଷୟରେ ମୂଲ୍ୟବାନ୍‌ ସମ୍ବଳ ଓ ତାଲିମ ପ୍ରଦାନ କରି ସେମାନଙ୍କ ଜୀବନଜୀବିକାରେ ଉନ୍ନତି ଆଣିବାକୁ ଆମେ ଲକ୍ଷ୍ୟ ରଖିଛୁ। ଏହି ଏକ୍ସପୋଜର ଭିଜିଟ୍‌ ତୃଣମୂଳ ସ୍ତରରେ ଅର୍ଥନୈତିକ ବିକାଶ ଓ ସଶକ୍ତୀକରଣ ପାଇଁ ଥିବା ଆମସମର୍ପଣ ଭାବକୁ ଦର୍ଶାଉଛି।

ଉଲ୍ଲେଖଯୋଗ୍ୟ, ‘ସମୃଦ୍ଧି’ ଅଭିଯାନର ହିତାଧିକାରୀମାନେ ମୁଖ୍ୟତଃ ହେଉଛନ୍ତି ନୟାଗଡ଼ ଜିଲାର ଖଣ୍ଡପଡ଼ା ଅଞ୍ଚଳର ମତ୍ସ୍ୟଚାଷୀ, ଯେଉଁମାନେ ଏହି ଏକ୍ସପୋଜର ଭିଜିଟ୍‌ରୁ ପାଇଥିବା ଜ୍ଞାନ ଓ ଅଭ୍ୟାସ ଦ୍ୱାରା ବ୍ୟାପକ ଭାବେ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri