ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଆଜି ହେମା ସାଲିଆସାହିରେ ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେବାକୁ ଥିବା ବେଳେ ପିପିଲିରେ ରୋଡ୍‌ ଶୋ’ କରିବେ। ଏହା ପରେ ଅପରାହ୍ନରେ କଟକର କିଶନନଗରରେ ମଧ୍ୟ ରୋଡ୍‌ ଶୋ’ କରିବେ।

ପାଲଲହଡା, ଦେବଗଡ ଆଦି ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନସଭାରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ ସଂସଦୀୟ କ୍ଷେତ୍ରର ଭଟଲି, ପଦ୍ମପୁର ବିଜେପୁର, ଅତାବିରା ଜନସଭାକୁ ସମ୍ବୋଧନ କରିବେ। ଅପରାହ୍ନରେ ବରଗଡଠାରେ ଅନୁଷ୍ଠିତ ରୋଡ ଶୋ’ରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ସେହିପରି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଟକ ନରସିଂହପୁରସ୍ଥିତ ଜଗନ୍ନାଥ ମନ୍ଦିର ଦର୍ଶନ କରିବା ପରେ ଯୁବ ସମାବେଶରେ ଯୋଗଦେଇ ଯୁବ ଭୋଟରଙ୍କ ଆସ୍ଥାଭାଜନ ହେବାକୁ ପ୍ରୟାସ କରିବେ। ସେହିପରି ବୈଷ୍ଣବ ଆଠଗଡ ଓ କଟକ ଜନସଭାରେ ଯୋଗଦେବେ। ଶନିବାର କେନ୍ଦ୍ରମନ୍ତ୍ରୀ ବୈଷ୍ଣବ ସୁନ୍ଦରଗଡ ସଂସଦୀୟ କ୍ଷେତ୍ରର ବଣାଇ ଏବଂ ରାଜଗାଙ୍ଗପୁରଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧିତ କରିବେ। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶୁକ୍ରବାର କବିସୂର୍ଯ୍ୟନଗର, କଣ୍ଟାବାଞ୍ଜି, ଲୋଇସିଂଘା ଓ ସତ୍ୟବାଦୀ ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ। ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ବୀରମିତ୍ରପୁର, ରାଜଗାଙ୍ଗପୁର ନିର୍ବାଚନମଣ୍ଡଳୀର ଜାମପାଲି, ସୁନ୍ଦରଗଡ ନିର୍ବାଚନମଣ୍ଡଳୀର ବିଲେଇମୁଣ୍ଡାଠାରେ ପ୍ରଚାର କରିବେ। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ୍‌ ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀର ରାମଚନ୍ଦ୍ରପୁର, ଦଶପଲ୍ଲା, ଜି.ଉଦୟଗିରିଠାରେ ଜନସଭାକୁ ସମ୍ବୋଧନ କରିବେ ବୋଲି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri