ପାକିସ୍ତାନକୁ ଶକ୍ତ ଝଟ୍‌କା: ୪୪୦ ନିୟୁତ ଡଲାର ସହାୟତା କମାଇଲା ଆମେରିକା

ନୂଆଦିଲ୍ଲୀ,୧୮ା୮: ଗୁରୁତର ଆର୍ଥିକ ସଙ୍କଟ ମଧ୍ୟରେ ଗତି କରୁଥିବା ପାକିସ୍ତାନକୁ ଆଉ ଏକ ବଡ଼ ଝଟକା ଲାଗିଛି। ଆମେରିକା ପାକିସ୍ତାନକୁ ଯୋଗାଉଥିବା ଆର୍ଥିକ ସହାୟତାକୁ ୪୪୦ ନିୟୁତ ଡଲାର ହ୍ରାସ କରିଛି। ପାକିସ୍ତାନ ବର୍ଦ୍ଧିତ ସହଭାଗିତା ରାଜିନାମା (ପିଇପିଏ),୨୦୧୦ ଅନୁଯାୟୀ ଆମେରିକା ଇସ୍‌ଲାମାବାଦ୍‌କୁ ଏହି ସହାୟତା ଯୋଗାଇଆସୁଛି। ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଓ୍ବାଶିଂଟନ ଗସ୍ତର ତିନି ସପ୍ତାହ ପୂର୍ବରୁ ଆମେରିକା ସହାୟତା ହ୍ରାସ ସମ୍ପର୍କରେ ଜଣାଇଦେଇଥିଲା। ପୂର୍ବରୁ ଏହି ସହାୟତା ପରିମାଣ ୪.୫ ବିଲିୟନ ଡଲାର ଥିଲା। ୪୪୦ ନିୟୁତ ଡଲାର କମାଇବା ଫଳରେ ତାହା ୪.୧ ବିଲିୟନ ଡଲାରକୁ ହ୍ରାସ ପାଇଛି। ଇସ୍‌ଲାମାବାଦ ଆତଙ୍କବାଦ ଦମନ କ୍ଷେତ୍ରରେ ବିଫଳ ହୋଇଥିବାରୁ ଆମେରିକା ଦେବାକୁ ଥିବା ୩୩୦ ନିୟୁତ ଡଲାର ପ୍ରତିରକ୍ଷା ସହାୟତାକୁ ଗତବର୍ଷ ସେପ୍ଟେମ୍ବରରେ ବାତିଲ କରିଦେଇଥିଲା। ହକାନି ଆତଙ୍କବାଦୀ ନେଟଓ୍ବର୍କକୁ ଦମନ କରିବାରେ ବିଫଳ ପାକିସ୍ତାନକୁ ଗତବର୍ଷ ଜାନୁୟାରୀରେ ପେଣ୍ଟାଗନ ୧ ବିଲିୟନ ଡଲାର ଆର୍ଥତ୍କ ସହାୟତା ହ୍ରାସ କରିଥିଲା। ଆତଙ୍କବାଦ ପ୍ରତି ଇସ୍‌ଲାମାବାଦର କୋହଳ ମନୋଭାବ ଯୋଗୁ ୧.୩ ବିଲିୟନ ଡଲାର ସହାୟତା ବାତିଲ କରାଯାଇଥିବା ଗତ ମାସରେ ଇମ୍ରାନ ଖାନ୍‌ଙ୍କ ସହ ଆଲୋଚନା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri