ଲୋକଙ୍କ ପାଖରେ ପହଞ୍ଚିଲା ଲୋକାୟୁକ୍ତ

ବ୍ରହ୍ମପୁର ଅଫିସ,୧୮ା୮-ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ (ଡିଏଲଏସ୍‌ଓ) ତରଫରୁ ହିଲପାଟଣାସ୍ଥିତ ସାଂସ୍କୃତିକ ଭବନରେ ଶନିବାର ଲୋକାୟୁକ୍ତ ଆଇନ-୨୦୧୪କୁ ନେଇ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟବକ୍ତା ଭାବେ ଓଡ଼ିଶା ଲୋକାୟୁକ୍ତ ସଦସ୍ୟ (ବିଚାରପତି) ଜଷ୍ଟିସ୍‌ ବି.କେ. ନାୟକ, ମୁଖ୍ୟଅତିଥି ଭାବେ ଲୋକାୟୁକ୍ତ ଅଧ୍ୟକ୍ଷ ଜଷ୍ଟିସ୍‌ ଅଜିତ୍‌ ସିଂ, ସମ୍ମାନିତ ଅତିଥି ଲୋକାୟୁକ୍ତ ସଦସ୍ୟ ଡ. ଆର.ପି. ଶର୍ମା, ଗଞ୍ଜାମ ଜିଲା ଦୌରାଜଜ୍‌ ତଥା ଡିଏଲଏସ୍‌ଓ ଅଧ୍ୟକ୍ଷ ବିଭୁ ପ୍ରସାଦ ରାଉତରାୟ, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ଏସ୍‌ପି ପିନାକ୍‌ ମିଶ୍ର ଓ ଲୋକାୟୁକ୍ତ ସଚିବ ମାନସ ତ୍ରିପାଠୀ ମଞ୍ଚାସୀନ ଥିଲେ । ଜଷ୍ଟିସ୍‌ ସିଂ କହିଛନ୍ତି, ସମାଜରେ ଦୁର୍ନୀତି ଦିନକୁ ଦିନ ବଢ଼ିବାରେ ଲାଗିଛି। ବିଶେଷକରି ସରକାରୀ ଓ ପ୍ରଶାସନିକ କ୍ଷେତ୍ରରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି।
ଜନସାଧାରଣ ବ୍ୟକ୍ତିଗତ ସ୍ବାର୍ଥରୁ ଊର୍ଦ୍ଧ୍ୱରେ ରହିଲେ ସମାଜରୁ ଆପେ ଆପେ ଦୁର୍ନୀତି ହଟିଯିବ ବୋଲି ଜଷ୍ଟିସ୍‌ ନାୟକ କହିଛନ୍ତି ।
ସରକାରୀ କର୍ମଚାରୀ ଓ ଲୋକ ପ୍ରତିନିଧିଙ୍କ ବିରୋଧରେ ସାଧାରଣ ଲୋକ ଏବେ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିପାରିବେ। ଏଥିପାଇଁ ଖୁବଶୀଘ୍ର ଅନଲାଇନ ୱେବସାଇଟ୍‌ କାର୍ଯ୍ୟକ୍ଷମ ହେବ ବୋଲି ସେ କହିଥିଲେ। ।
ଡିଏଲଏସ୍‌ଓ ସଚିବ ବିଭୁ ପ୍ରସାଦ ରାଉତରାୟ ଅତିଥି ପରିଚୟ ଦେବା ସହ ପ୍ରାରମ୍ଭିକ ସୂଚନା ଦେଇଥିଲେ। ପରେ ଲୋକାୟୁକ୍ତ ଅଧ୍ୟକ୍ଷ ଓ ସଦସ୍ୟମାନେ ଏକ ସାମ୍ବାଦିକ ସମ୍ମିଳନୀରେ ଲୋକାୟୁକ୍ତର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ । ଏବେ ଲୋକାୟୁକ୍ତ ନିକଟରେ ନୂତନ ଭାବେ ୨୧୬ ଅଭିଯୋଗ ଦାଖଲ ହୋଇଛି। ସେଥିମଧ୍ୟରୁ ୧୯୦ ମାମଲାର ସମାଧାନ କରାଯାଇଛି । ଏଥିରେ ବିଭିନ୍ନ ସଂଗଠନର କର୍ମକର୍ତ୍ତା, ସଚେତନ ନାଗରିକ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri