ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ହେଲେ ସରୋଜ ବାଘ(୨୨)। ସରୋଜ, ସ୍ତ୍ରୀ ସନ୍ତୋଷୀ ଓ ଦୁଇ ସନ୍ତାନଙ୍କୁ ନେଇ ହସଖୁସିରେ ପରିବାର ଚଳୁଥିଲା। ପୁରୁଣା ବାକି ଶୁଝିବା ପାଇଁ ଶୁକ୍ରବାର ଗ୍ରୁପ୍‌ରୁ ଋଣ କରିଥିଲେ। ଲୋକଙ୍କ ବାକି ଶୁଝିବା ପରେ ବଳକା ଟଙ୍କା ନିଜ ଆକାଉଣ୍ଟରେ ରଖିଥିଲେ। ପରେ ମୋବାଇଲରେ ଅନ୍‌ଲାଇନ ଗେମ୍‌ ଖେଳି ଆକାଉଣ୍ଟରେ ଥିବା ସବୁ ଟଙ୍କା ହାରି ଯାଇଥିଲେ। ଶନିବାର ସକାଳେ ସ୍ତ୍ରୀ ସନ୍ତୋଷୀ କାମ କରିବା ପାଇଁ ଘରୁ ବାହାରକୁ ଯାଇଥିଲେ। ସରୋଜଙ୍କ ମା’ ଦିନ ୧୦ଟାରେ ବାରଣ୍ଡାରେ ରୋଷେଇ କରୁଥିଲେ। ସନ୍ତୋଷୀ କାମରୁ ଫେରି ଘର କବାଟ ଭିତରୁ ବନ୍ଦ ଥିବା ଦେଖି ମା’ଙ୍କୁ ଜଣାଇଥିଲେ। ପରେ ଅନ୍ୟମାନଙ୍କ ସହାୟତାରେ କବାଟ ଭାଙ୍ଗି ଭିତରେ ପଶି ଦେଖିବାବେଳକୁ ସରୋଜ ଘର ଛାତରେ ଥିବା ଲୁହା ପାଇପ୍‌ରେ ପ୍ଲାଷ୍ଟିକ ଦଉଡ଼ିରେ ଝୁଲୁଥିଲେ। ସାହି ଲୋକେ ସରୋଜଙ୍କୁ ଉଦ୍ଧାର କରି ବାଲିମେଳା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଓର୍କେଲ ପୋଲିସ କେସ୍‌ ନଂ ୧୨/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri