ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା ଆରମ୍ଭ କରିଦେଇଛି। ଏହି ପରିପ୍ରେକ୍ଷୀରେ ରବିବାର ଭାଜପା ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ କରାଯିବା ସହିତ ଏକ ମହିଳା ସମାବେଶ ଅନୁଷ୍ଠିତ ହୋଇଛି।
ମୋରଡ଼ା ବଜାରସ୍ଥିତ ବିନ୍ଧାଣୀ କଲ୍ୟାଣମଣ୍ଡପଠାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମକୁ ପ୍ରଦୀପ ମହାନ୍ତି ପରିଚାଳନା କରିଥିବା ବେଳେ ଭାଜପା ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ମହାପାତ୍ର, ସମୀର ରାଜ, ସୌରଭ ମହାନ୍ତି, ଜିଲା ମହିଳା ମୋର୍ଚ୍ଚା ସଭାପତି ସରୋଜିନୀ କିସ୍କୁ, ଜିଲା ଅନୁସୂଚିତ ଜାତିର ସଭାନେତ୍ରୀ ମିନତି ପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ।
କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ମୋରଡ଼ା ପାଇଁ ଗ୍ୟାରେଣ୍ଟି କାର୍ଡ ଓ ସୁଭଦ୍ରା ଯୋଜନାର ଉନ୍ମୋଚନ କରାଯାଇଥିଲା। ଗ୍ୟାରେଣ୍ଟି କାର୍ଡରେ ଶିଳ୍ପ ପ୍ରତିଷ୍ଠା ଉପରେ ଗୁରୁତ୍ୱ, ଦୁର୍ନୀତି, ଭ୍ରଷ୍ଟାଚାରର ମୂଳୋତ୍ପାଟନ, ମୁଦ୍ରା ଯୋଜନାରେ ଅର୍ଥ ଯୋଗାଇ ବ୍ୟବସାୟ ବାଣିଜ୍ୟ କରିବାର ଗ୍ୟାରେଣ୍ଟି, ହାତୀ ଉପଦ୍ରବ ଉପରେ ରୋକୋ ଲଗାଇବା, ରାସଗୋବିନ୍ଦପୁର ଏୟାରପୋର୍ଟର ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ, ଶ୍ରମିକମାନଙ୍କୁ ୫ ଲକ୍ଷ ଟଙ୍କାର ବୀମା ରାଶି, କିଷାନତାଣ୍ଡି, ରାସଗୋବିନ୍ଦପୁର, କୋଷ୍ଠା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଲଟ୍ରାସାଉଣ୍ଡ ମେଶିନ ସ୍ଥାପନ, ରାଜାରାଜୁଡ଼ା ଅମଳର ବନ୍ଧଗୁଡ଼ିକର ପୁନଃରୁଦ୍ଧାର, ମୁଖ୍ୟ ବାଜାରଗୁଡ଼ିକରେ ବିଶ୍ରାମାଗାର, ପାନୀୟଜଳ, ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା, ଗରିବ ଅନୁସୂଚିତ ଜାତି ଓ ଜନଜାତିର ୨୦ ଜଣ ଛାତ୍ରୀଛାତ୍ରଙ୍କୁ ପାଠ୍ୟକ୍ରମ ନିମନ୍ତେ ସୁବିଧା ଯୋଗାଇ ଦିଆଯିବା ପରି ୧୫ଟି ପ୍ରତିଶ୍ରୁତି ଦେଇଥିବାର ମହାପାତ୍ର ଗ୍ୟାରେଣ୍ଟି କାର୍ଡରେ ଉଲ୍ଲେଖ କରିଛନ୍ତି। ସେହିପରି ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କାର ନିଃଶୁକ୍ଳ ଭାଉଚରକୁ ପ୍ରତି ମହିଳା ଦୁଇ ବର୍ଷ ଭିତରେ ଉପଯୋଗ କରି ପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri