ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌ ଶୋ’ ଆରମ୍ଭ କରିଛନ୍ତି। ଏହି ରୋଡ୍‌ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ରବିବାର ସନ୍ଧ୍ୟାରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନରେ ରବିବାର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ ରାଜ୍ୟ ଭାଜପା ନେତାମାନେ ଭବ୍ୟ ସ୍ବାଗତ କରିଥିଲେ। ଏହାପରେ କଡ଼ା ସୁରକ୍ଷା ମଧ୍ୟରେ ପ୍ରଧାନମନ୍ତ୍ରୀ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ମୋଦିଙ୍କ ଏହି ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ମୋଦି ପାଖାପାଖି ସନ୍ଧ୍ୟା ୭ଟା ସମୟରେ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ସେଠାରେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଜଣାଯାଇଥିଲା।

ଏହାପରେ ପ୍ରଧାନମନ୍ତ୍ରୀ ଭାଜପାର ରାଜ୍ୟ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ପ୍ରାୟ ୩୭ ଜଣ ନେତାଙ୍କ ସହ ବୈଠକ କରିଥିଲେ। ମିଳିଥିବା ସୂଚନା ମୁତାବକ, ପ୍ରଧାନମନ୍ତ୍ରୀ ପ୍ରଥମେ ସମସ୍ତେ କିପରି ଅଛନ୍ତି ଏବଂ ଖାଇବା ପିଇବା ବିଷୟରେ ବୁଝିଥିଲେ। ଏହାପରେ ମୋଦିଙ୍କ ପାଖରେ ଓଡ଼ିଶା ବାବଦରେ ରହିଥିବା ବିଭିନ୍ନ ତଥ୍ୟକୁ ସେମାନଙ୍କ ପାଖରେ ରଖିଥିଲେ। ସେ ରଖିଥିବା ତଥ୍ୟର ସତ୍ୟତା ଏବଂ ରାଜ୍ୟରେ ନିର୍ବାଚନ ପରିଚାଳନା କିପରି ଚାଲିଛି ତା’ ଉପରେ ବିଶେଷ ଧ୍ୟାନ ଦେଇଥିଲେ। ପ୍ରାୟ ୩୦ ମିନିଟ୍‌ ଧରି ଆଲୋଚନା କରିବା ସମୟରେ ପ୍ରଧାନମନ୍ତ୍ରୀ, ନିର୍ବାଚନରେ କ’ଣ କିପରି ସୁବିଧା ଅସୁବିଧା ଅଛି ସେନେଇ ମଧ୍ୟ ପଚାରି ବୁଝିଥିଲେ। ଏହାସହ ଟେକ୍ନୋଲୋଜିର ବ୍ୟବହାର ନିର୍ବାଚନରେ କିପରି ହେଉଛି ଏବଂ ଆଗକୁ କ’ଣ କରିବା ଦରକାର ସେନେଇ ମଧ୍ୟ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ନେତାମାନଙ୍କୁ ପଚାରିଥିଲେ। ଯେପରି ଡେଟା ଷ୍ଟୋରିଂ, ଫାଇଲିଂ ଏ ବାବଦରେ ମଧ୍ୟ ଆଲୋଚନା କରିଥିଲେ। ଶେଷରେ ଜଲ୍‌ଦି ଦେଖା ହେବ ବୋଲି କହି କିଛି ଗଣମାଧ୍ୟମକୁ ସ୍ବତନ୍ତ୍ର ସାକ୍ଷାତ୍‌କାର ଦେଇଥିଲେ।

ପ୍ରଧାନମନ୍ତ୍ରୀ ବୈଠକ ଶେଷ କରିବା ପରେ ରାଜଭବନ ଅଭିମୁଖେ ଗସ୍ତ କରିଥିଲେ। ସେ ରାଜଭବନରେ ରାତ୍ରିଯାପନ କରିଥିଲେ। ଏହା ମୋଦିଙ୍କ ଚଳିତ ନିର୍ବାଚନ ଘୋଷଣା ପରେ ୩ୟ ଥର ୨ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ। ପ୍ରଧାନମନ୍ତ୍ରୀ ସୋମବାର ସକାଳୁ ପୁରୀ ଅଭିମୁଖେ ଗସ୍ତ କରିଥିଲେ। ସେଠାରେ ସକାଳ ୮ଟା ମଧ୍ୟରେ ଜଗନ୍ନାଥଙ୍କ ଦର୍ଶନ କରିବା ପରେ ରୋଡ୍‌ ଶୋ କରିଛନ୍ତି। ଏହି ଅବସରରେ ସେ ପୁରୀ ଲୋକ ସଭା ଏବଂ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ଏହାପରେ ସେ ଅନୁଗୋଳ ଏବଂ କଟକଠାରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେବେ। ପରେ ସେ ଫେରିଯିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri