ଅବଧିର ୫ ବର୍ଷ ପରେ ବି ସରୁନି ବିଜୁ ସେତୁ କାମ

ବ୍ରହ୍ମବରଦା,୨୦ା୫(ଯଯାତି କେଶରୀ ବେହେରା): ବ୍ରହ୍ମବରଦା-ଝାଲପଡ଼ା ବିଜୁ ସେତୁ କାମ ଅବଧିର ୫ ବର୍ଷ ପରେ ସରି ପାରୁନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନଦୀରେ ମୋଟ୍‌ ୮ ପିଲାର ହେବାକୁ ଥିବା ବେଳେ ଏଯାଏ ୭ ପିଲାର କାମ ସରିଛି। ଅନ୍ୟ ଗୋଟିଏ ପିଲର କାମ ବିଳମ୍ବ ହେଉଥିବା ସମ୍ପୃକ୍ତ ଠିକା ସଂସ୍ଥା ପକ୍ଷରୁ ସଫେଇ ଦିଆଯାଇଛି। ବର୍ତ୍ତମାନ ସମୟରେ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରାଯାଇ କାମ କରାଯାଇପରନ୍ତା। କିନ୍ତା ତାହା କରାଯାଉ ନାହିଁ। ଫଳରେ ଏହି ସେତୁକୁ ନେଇ ଜନ ଅସନ୍ତୋଷ ବଢିବାରେ ଲାଗିଛି।
ଗ୍ରାମ୍ୟ ଉନ୍ନୟନ ସଦର ଡିଭିଜନ ଏହି ସେତୁ ନିର୍ମାଣ କାର୍ଯ୍ୟ ତୁଲାଉଛି। ୧୦ କୋଟି ୪୨ଲକ୍ଷ ୩୯ ହଜାର୨୭୦ ଟଙ୍କା ବ୍ୟୟ ବରାଦରେ ୨୪ା୧୨ା୨୦୧୬ରୁ ଏହାର କାର୍ଯ୍ୟ ଆରମ୍ଭ ହୋଇଥିଲା। ୨୫ା୦୫ା୨୦୧୯ରେ କାର୍ଯ୍ୟ ଶେଷ ହେବାକୁ ସମୟ ଧାର୍ଯ୍ୟ କରାଯାଇଥିଲା। ହେଲେ ଆଜି ପର୍ଯ୍ୟନ୍ତ ତାହା ହୋଇ ପାରିନାହିଁ।
ଅନ୍ୟପକ୍ଷରେ ପୋଲ ପାଇଁ ବ୍ରହ୍ମବରଦା ପଟରୁ ଜମି ହରାଇଥିବା ମାଲିକମାନେ ଏପର୍ଯ୍ୟନ୍ତ ଜମିର ଉଚିତ ମୂଲ୍ୟ ପାଇ ପାରୁନାହାନ୍ତି। ଫଳରେ ସେମାନେ ବିଭିନ୍ନ ସମୟରେ ସେତୁ ନିର୍ମାଣ କାର୍ଯ୍ୟ ବନ୍ଦ କରାଉଥିବା କ୍ଷୋଭର ସହ ପ୍ରକାଶ କରିଛନ୍ତି। ବ୍ରହ୍ମବରଦା ଏକ ବ୍ୟବସାୟୀକ ପେଣ୍ଠସ୍ଥଳ ହୋଇଥିବାରୁ ଯାଜପୁର ବ୍ଲକ୍‌ର ଝାଲପଡ଼ା, ରୁଦ୍ରପୁର, ସୁଜନପୁର, ସାହାସପୁର ଏବଂ ବରୀ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତର ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକ ବ୍ରହ୍ମବରଦା ଉପରେ ନିର୍ଭର କରିଥାନ୍ତି। ହେଲେ ପୋଲ ନ ଥିବାରୁ ଲୋକେ ଖରା ଦିନରେ ବାଉଁଶ ପୋଲ ଉପରେ ନିର୍ଭର କରୁଥିବାବେଳେ ବର୍ଷା ଦିନରେ ହୁଲି ଡଙ୍ଗାକୁ ଭରସା କରୁଛନ୍ତି। କେଉଁଦିନ ନିର୍ମାଣ କାର୍ଯ୍ୟ ସମାପ୍ତ ହେବ ଓ ସୁରୁଖୁରୁରେ ଲୋକେ ଯାତାୟତ କରିବେ ତାହାକୁ ନେଇ ଅଞ୍ଚଳବାସୀଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଏହି ସେତୁକୁ ନେଇ ରାଜନୀତି ଜୋର ଧରିଛି। ଏ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ। ଜିଲା ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେଇ ତୁରନ୍ତ ସେତୁ କାର୍ଯ୍ୟ ଶେଷ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri