ନେତାନ୍ୟାହୁ, ହମାସ୍‌ ନେତାଙ୍କ ନାଁରେ ଗିରଫ ପରଓ୍ବାନା ଜାରି କରିବ ଆଇସିସି

ହେଗ୍‌,୨୧ା୫: ଯୁଦ୍ଧ ଅପରାଧରେ ସମ୍ପୃକ୍ତ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ୍‌ ଗାଲାଣ୍ଟ, ହମାସ୍‌ ନେତା ୟାହୟା ସିନ୍‌ଓ୍ବାର, ମହମ୍ମଦ ଡିଆବ ଇବ୍ରାହିମ ଅଲ୍‌-ମସ୍ରି ଏବଂ ଇସ୍‌ମାଇଲ୍‌ ହାନିୟେହଙ୍କ ବିରୋଧରେ ଅନ୍ତର୍ଜାତୀୟ ଆପରାଧିକ ଅଦାଲତ (ଆଇସିସି) ଗିରଫ ପରଓ୍ବାନା ଜାରି କରିବା ନିମନ୍ତେ ଏହାର ମୁଖ୍ୟ ପ୍ରସିକ୍ୟୁଟର ଆବେଦନ କରିଛନ୍ତି। ଗତବର୍ଷ ଅକ୍ଟୋବର ୭ରେ ହମାସ୍‌ ଆତଙ୍କବାଦୀମାନେ ଇସ୍ରାଏଲ୍‌ ଉପରେ ଆକ୍ରମଣର ପରିଣତି ସ୍ବରୂପ ଗାଜା ଯୁଦ୍ଧ ହୋଇଥିଲା। ଆଇସିସି ମୁଖ୍ୟ ପ୍ରସିକ୍ୟୁଟର କରିମ ଖାନ୍‌ ଏହାକୁ ଯୁଦ୍ଧ ଅପରାଧ ଓ ମାନବଜାତି ବିରୋଧରେ ଅପରାଧ ବୋଲି ଅଭିଯୋଗ କରିଛନ୍ତି। ସିନ୍‌ଓ୍ବାର, ହାନିୟେହ ଏବଂ ଅଲ୍‌ ମସ୍ରିଙ୍କ ବିରୋଧରେ ଧ୍ୱଂସସାଧନ, ହତ୍ୟା, ପଣବନ୍ଦୀ କରିବା, ବଳାତ୍କାର ଓ ଯୌନ ଉତ୍ପୀଡ଼ନ ଆଦି ଅଭିଯୋଗ ଲଗାଯାଇଥିବାବେଳେ ନେତାନ୍ୟାହୁ ଓ ଗାଲାଣ୍ଟଙ୍କ ବିରୋଧରେ ଯୁଦ୍ଧଜନିତ ଧ୍ୱଂସ ସାଧନ, ଲୋକଙ୍କୁ କ୍ଷୁଧିତ ରଖିବା, ରିଲିଫ ସହାୟତାକୁ ଯୁଦ୍ଧପୀଡ଼ିତଙ୍କ ନିକଟରେ ପହଞ୍ଚାଇବାକୁ ନ ଦେବା ଆଦି ଅଭିଯୋଗ ହୋଇଛି। ପ୍ରଥମ ଥର ପାଇଁ ଆମେରିକାର ଘନିଷ୍ଠ ସହଯୋଗୀ ନେତାନ୍ୟାହୁଙ୍କ ବିରୋଧରେ ଆଇସିସି ଗିରଫ ପରଓ୍ବାନା ଜାରି କରିବାକୁ ଯାଉଛି। ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଆଇସିସି ଗିରଫ ପରଓ୍ବାନାର ସମ୍ମୁଖୀନ ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri