ଇରାନ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଆଜି ଭାରତରେ ଶୋକ: ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ନୂଆଦିଲ୍ଲୀ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୋମବାର ଦୁର୍ଘଟଣାସ୍ଥଳରୁ ରଇସିଙ୍କ ମୃତଦେହ ମିଳିଥିବା ସରକାରୀ ଗଣମାଧ୍ୟମରେ ସ୍ପଷ୍ଟ କରାଯାଇଛି। ରବିବାର ଆଜରବୈଜାନ ସୀମାନ୍ତ ପାର୍ବତ୍ୟାଞ୍ଚଳରେ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେଥିରେ ଥିବା ଇରାନ ବହିର୍ବ୍ୟାପାର ମନ୍ତ୍ରୀ ହୋସେନ୍‌ ଅମିରାବଦେଲ୍ଲିଆନ, ପୂର୍ବ ଆଜରବୈଜାନ ପ୍ରଦେଶର ରାଜ୍ୟପାଳ, ଅନ୍ୟ ଅଫିସର ଓ ଅଙ୍ଗରକ୍ଷୀଙ୍କର ମଧ୍ୟ ମୃତ୍ୟୁ ଘଟିଛି। ହେଲିକପ୍ଟରଟି ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଛି। ରଇସିଙ୍କ ପରଲୋକରେ ବିଭିନ୍ନ ଦେଶର ନେତା ଶୋକବ୍ୟକ୍ତ କରିଛନ୍ତି। ଦିବଂଗତ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ମଙ୍ଗଳବାର ଗୋଟିଏ ଦିନ ଶୋକଦିବସ ପାଳନ ପାଇଁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ମଙ୍ଗଳବାର ବିଭିନ୍ନ ସରକାରୀ ଅଟ୍ଟାଳିକାରେ ଲାଗିଥିବା ଜାତୀୟ ପତାକା ଅର୍ଦ୍ଧନମିତ ରହିଛି ଏବଂ କୌଣସି ସରକାରୀ ମନୋରଞ୍ଜନ କାର୍ଯ୍ୟକ୍ରମ ହେବ ନାହିଁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ଘନ କୁହୁଡ଼ି ଓ ପ୍ରତିକୂଳ ପାଗ ଯୋଗୁ ରାଷ୍ଟ୍ରପତି ରଇସିଙ୍କ ହେଲିକପ୍ଟର ଦୁଘଟଣାଗ୍ରସ୍ତ ହେଲା ବୋଲି କୁହାଯାଉଥିବାବେଳେ ସରକାରୀ ଭାବେ ଦୁର୍ଘଟଣାର କାରଣ ସ୍ପଷ୍ଟ କରାଯାଇ ନାହିଁ। ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧକୁ ନେଇ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗିରହିଥିଲାବେଳେ ଗତ ମାସରେ ଇସ୍ରାଏଲ୍‌ ଉପରେ ଇରାନ ଡ୍ରୋନ୍‌ ଓ ମିଶାଇଲ ଆକ୍ରମଣ କରିଥିଲା। ଇରାନରେ ଅଣୁଅସ୍ତ୍ର ନିର୍ମାଣ ପାଇଁ ଉପଯୁକ୍ତ ୟୁରାନିୟମ ଥିବାରୁ ଏହାକୁ ନେଇ ପାଶ୍ଚାତ୍ୟ ରାଷ୍ଟ୍ର ସହ ତେହରାନ୍‌ର ଉତ୍ତେଜନା ବଢ଼ିଥିଲା। ଏଥିସହିତ ୟୁକ୍ରେନ୍‌ ବିରୋଧୀ ଯୁଦ୍ଧରେ ତେହରାନ ରୁଷିଆକୁ ବୋମାବାହୀ ଡ୍ରୋନ୍‌ ଓ ସଶସ୍ତ୍ର ଯବାନ ଯୋଗାଇଥିବାରୁ ଏହା ମଧ୍ୟ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକୁ କ୍ଷୁବ୍ଧ କରିଥିଲା। ରାଷ୍ଟ୍ରପତିଙ୍କ ହେଲିକପ୍ଟର ଦୁର୍ଘଟଣା ପଛରେ ଇସ୍ରାଏଲର ସମ୍ପୃକ୍ତି ଥିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିବାବେଳେ ଜେରୁଜେଲମ୍‌ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri