ଭିନ୍ନକ୍ଷମଙ୍କ ଘରେ ତାଲା ପକାଇଲେ ପଡ଼ୋଶୀ

ଡେରାବିଶ,୨୨ା୫(ବେବର୍ତ୍ତା ଅଜୟ ଦାସ):ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ର କରି ଦୁଇ ପରିବାରଙ୍କ ମଧ୍ୟରେ ବିବାଦ ସୃଷ୍ଟି ହେବା ଓ ଜଣେ ଭିନ୍ନକ୍ଷମଙ୍କ ଘରେ ତାଲା ପକାଯିବା ପରେ ସେହି ପରିବାର ଲୋକେ ପାଲ ତଳେ ଆଶ୍ରୟ ନେବା ଘଟଣା ଡେରାବିଶ ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏ ସଂକ୍ରାନ୍ତରେ ଭିନ୍ନକ୍ଷମ ବ୍ୟକ୍ତି ଜଣକ ଥାନାରେ ନ୍ୟାୟ ପାଇଁ ଆଶ୍ରୟ ନେଇଛନ୍ତି।
ସୂଚନା ଅନୁଯାୟୀ, ଡେରାବିଶ ଥାନା ଅଧୀନ କାଉପଡା ପଞ୍ଚାୟତ ବାଘିଲୋବାବପୁର ଗ୍ରାମର ନରହରି ନାଥଶର୍ମା ଜଣେ ଭିନ୍ନକ୍ଷମ ବ୍ୟକ୍ତି। ସରକାରଙ୍କ ବାସଗୃହ ଯୋଜନାରେ ପାଇଥିବା ଏକ ଘରେ ପରିବାର ସହ ସେ ଦୀର୍ଘବର୍ଷ ହେଲା ରହି ଆସୁଛନ୍ତି। ମାତ୍ର ଜମିବାଡ଼ି ବିବାଦକୁ କେନ୍ଦ୍ର କରି ପଡ଼ୋଶୀ ନାରାୟଣ ନାଥଶର୍ମାଙ୍କ ପରିବାର ସହ ତାଙ୍କର ବିବାଦ ଲାଗି ରହିଥିଲା ା ଏହାର ସମାଧାନ ପାଇଁ ପଞ୍ଚାୟତର ସରପଞ୍ଚ ପ୍ରତାପ ଚନ୍ଦ୍ର ବେହେରାଙ୍କ ସମେତ ସ୍ଥାନୀୟ ଭଦ୍ରବ୍ୟକ୍ତିମାନେ ଉଦ୍ୟମ କରିଥିଲେ। ତେବେ ଉଭୟ ପକ୍ଷଙ୍କ ସମ୍ମତି ଅନୁସାରେ ଗତ ୩ ଦିନ ତଳେ ଅମିନ ଡକାଯାଇ ବିବାଦୀୟ ଜମିର ମାପଚୁପ କରାଯାଇଥିଲା ବୋଲି ନରହରି ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି। ମାତ୍ର ଭଦ୍ରବ୍ୟକ୍ତିଙ୍କ ଦ୍ୱାରା କରାଯାଇଥିବା ମାପଚୁପକୁ ପଡ଼ୋଶୀ ନାରାୟଣ ଅଗ୍ରାହ୍ୟ କରିବା ସହ ସୋମବାର ଭିନ୍ନକ୍ଷମ ନରହରିଙ୍କ ଘରେ ତାଲା ପକାଇ ଦେଇଥିଲେ ା ଫଳରେ ଘର ସମ୍ମୁଖରେ ଭିନ୍ନକ୍ଷମ ନରହରି ପରିବାର ଲୋକଙ୍କ ସହ ପାଲତଳେ ଆଶ୍ରୟ ନେଇଛନ୍ତି ା ଏପରି ପରିସ୍ଥିତିରେ ନ୍ୟାୟ ପାଇଁ ନରହରି ଥାନାରେ ଅଭିଯୋଗ କରିଛନ୍ତି ା ତାଙ୍କ ଅଭିଯୋଗକୁ ଭିତ୍ତି କରି ଡେରାବିଶ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri