Posted inଜାତୀୟ

ବୈଜ୍ଞାନିକଙ୍କୁ ବଡ଼ ସଫଳତା: ମ୍ୟାଲେରିଆ ଟିକା ପାଇଁ ପାରାସାଇଟ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୫: ଜବାହରଲାଲ୍‌ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ର ବୈଜ୍ଞାନିକମାନଙ୍କ ଏକ ଟିମ୍‌ ଏକ ପାରାସାଇଟ୍‌ (ପରଜୀବୀ) ଚିହ୍ନଟ କରିଛନ୍ତି, ଯାହା ମ୍ୟାଲେରିଆ ପ୍ରତିକାର ଏବଂ ଚିକିତ୍ସାରେ ଅଧିକ ପ୍ରଭାବଶାଳୀ ହୋଇପାରିବ। ପ୍ରଫେସର ଶୈଳଜା ସିଂ ଏବଂ ପ୍ରଫେସର ଆନନ୍ଦ ରଙ୍ଗନାଥନଙ୍କ ନେତୃତ୍ୱରେ ହୋଇଥିବା ଉକ୍ତ ଗବେଷଣା ଆଇସାଇନ୍ସ ପତ୍ରିକାରେ ପ୍ରକାଶ ପାଇଛି। ପିଏଚ୍‌ବି୨-ଏଚ୍‌ଏସ୍‌ପି୭୦ଏ୧ଏ ନାମକ ଏହି ପାରାସାଇଟ୍‌ରେ ଥିବା ପ୍ରୋହିବିଟିନ୍‌ ପ୍ରୋଟିନ୍‌ ମ୍ୟାଲେରିଆ ଟିକା ବିକାଶରେ ସହାୟକ ହୋଇପାରିବ। ମ୍ୟାଲେରିଆ ନିରୋଧୀ ଔଷଧ ବିରୋଧରେ ଉକ୍ତ ପାରାସାଇଟ୍‌ ଶରୀରରେ ପ୍ରତିଶେଧକ ଶକ୍ତି ସୃଷ୍ଟି କରିବା କ୍ଷମତା ରଖିଥିବାରୁ ଭୟଙ୍କର ମହାମାରୀକୁ ରୋକିବାରେ ଏହା ପ୍ରଭାବୀ ହୋଇପାରିବ। ମାଈ ଏନୋଫିଲିସ୍‌ ମଶା ଦ୍ୱାରା ମ୍ୟାଲେରିଆ ସଂକ୍ରମିତ ହୋଇଥାଏ। ଏହା ବିଭିନ୍ନ ଦେଶରେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଉଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ୨୦୨୨ ରିପୋର୍ଟ ଅନୁଯାୟୀ ବିଶ୍ୱବ୍ୟାପୀ ୨୪୯ ନିୟୁତ ମ୍ୟାଲେରିଆ ମାମଲା ରହିଥିବାବେଳେ ୬୦,୮୦୦ ଜଣଙ୍କର ଏଥିରେ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri