୨୪ରେ ଅବପାତର ରୂପ ନେବ ଲଘୁଚାପ: ଜାଣନ୍ତୁ କ’ଣ ରହିବ ଓଡ଼ିଶା ଉପରେ ପ୍ରଭାବ

ଭୁବନେଶ୍ୱର,୨୩।୫(ଅସମାପିକା ସାହୁ): ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ବୁଧବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କି.ମି. ଯାଏ ବ୍ୟାପିଛି। ଏହା ଉତ୍ତରପୂର୍ବ ଦିଗରେ ଗତି କରିବା ସହ ୨୪ ତାରିଖ ସକାଳେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ଗତିପଥ ଉତ୍ତରପୂର୍ବ ଦିଗରେ ରହିବା ସହ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବ ନାହିଁ। ରାଜ୍ୟ ଉପରେ ଏହାର କୌଣସି ସିଧାସଳଖ ପ୍ରଭାବ ରହିବ ନାହିଁ। କେବଳ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ୨ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି। ସେପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ବୁଧବାରଠାରୁ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କି.ମି. ବେଗରେ ପବନ ବହିବ। ୨୪ ତାରିଖ ସକାଳ ବେଳକୁ ପବନର ବେଗ ସମୁଦ୍ରରେ ଅଧିକ ରହିବ। ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖରୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି, ଫେରି ଆସିବାକୁ ସତର୍କ କରାଯାଇଛି। ୨୫ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହୋଇପାରେ। ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି।
ଅପରପକ୍ଷେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଆଗକୁ ଅଗ୍ରସର ହେଉଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ବୁଧବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆରବସାଗରର କିଛି ଅଞ୍ଚଳ, ମାଳଦ୍ୱୀପ, କୋମରିନ, ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଏବଂ ଆଣ୍ଡାମାନ ସାଗରର ଆହୁରି ଅନେକ ଅଞ୍ଚଳକୁ ଅଗ୍ରସର ହୋଇଥିବା ପାଣିପାଗ ବିଭାଗ କହିଛି। ତେବେ ଏହା ପୂର୍ବରୁ ରାଜ୍ୟରେ ବିଶେଷକରି ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ବୁଧବାର ୯ଟି ସହରରେ ଦିନ ତାପମାତ୍ରା ୪୦ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଥିଲା। ନୂଆପଡ଼ାରେ ସର୍ବାଧିକ ୪୩ଡିଗ୍ରୀ ଥିବା ବେଳେ ବଲାଙ୍ଗୀର ୪୨.୪, ବୌଦ୍ଧ ୪୧.୫, ଖୋର୍ଦ୍ଧା, ଝାରସୁଗୁଡ଼ା ଓ ବରଗଡ଼ରେ ୪୧, ସମ୍ବଲପୁର ୪୦.୭, ଭବାନୀପାଟଣା ୪୦.୫ ଓ ଭଦ୍ରକରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri