Posted inଖେଳ

୧୭ ବର୍ଷର କ୍ୟାରିୟର ଶେଷ କରି କମେଣ୍ଟ୍ରିକୁ ପୁଣି ଫେରି ପାରନ୍ତି କାର୍ତ୍ତିକ

ନୂଆଦିଲ୍ଲୀ,୨୩ା୫: ଭାରତୀୟ କ୍ରିକେଟ ଇତିହାସର ଅନ୍ୟତମ ସଫଳ ଉଇକେଟ କିପର ବ୍ୟାଟର ଦୀନେଶ କାର୍ତ୍ତିକ ନିଜ ଆଇପିଏଲ କ୍ୟାରିୟର ଶେଷ କରିଛନ୍ତି। ରାଜସ୍ଥାନ ରୟାଲ୍ସ ବିପକ୍ଷ ଏଲିମିନେଟର ମ୍ୟାଚ୍‌ ଖେଳି ବିଦାୟ ନେଇଛନ୍ତି କାର୍ତ୍ତିକ। ପ୍ରାୟ ଦୁଇ ଦଶନ୍ଧି ଧରି କାର୍ତ୍ତିକ କ୍ରିକେଟ ଖେଳିଥିଲେ ମଧ୍ୟ ମହେନ୍ଦ୍ର ସିଂ ଧୋନୀଙ୍କ ଛାୟାରେ ଲୁଚି ଯାଇଥିଲେ।

୩୮ ବର୍ଷୀୟ କାର୍ତ୍ତିକ ଭାରତ ପାଇଁ ୨୬ ଟେଷ୍ଟ, ୯୪ ଦିନିକିଆ ଓ ୬୦ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। କ୍ରିକେଟ ଛାଡି କମେଣ୍ଟ୍ରି କରୁଥିବା କାର୍ତ୍ତିକ ନିଜକୁ ବିଶ୍ୱକପ ଦଳ ଦୌଡରେ ସାମିଲ କରିବା ପାଇଁ ଆଇପିଏଲ ଖେଳିଥିଲେ। ତେବେ ଯୁବ ଖେଳାଳିଙ୍କୁ ସୁଯୋଗ ମିଳିବା ପରେ କାର୍ତ୍ତିକ ନିଜ କ୍ୟାରିୟରରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ରାଜସ୍ଥାନ ବିପକ୍ଷ ମ୍ୟାଚ୍‌ ପରେ ବେଙ୍ଗାଲୁରୁ ଖେଳାଳି ଗାର୍ଡ ଅଫ୍‌ ଅନର ଦେଇଥିବା ବେଳେ ଦର୍ଶକଙ୍କ ଆଡକୁ ଗ୍ଲୋଭ ହଲାଇଥିଲେ ଭାବବିହ୍ବଳ କାର୍ତ୍ତିକ। ୧୭ ସିଜନ ଆଇପିଏଲରେ ସେ ୪୮୪୨ ରନ୍‌ ସ୍କୋର କରିଛନ୍ତି। ଏହା ବ୍ୟତୀତ ସେ ୧୪୫ କ୍ୟାଚ୍‌, ୩୭ ଷ୍ଟମ୍ପିଂ ଓ ୧୫ଟି ରନ୍‌ ଆଉଟ କରିଛନ୍ତି।

ଆଇପିଏଲ କ୍ୟାରିୟର ଶେଷ ହୋଇଥିବା ବେଳେ ସେ ପୁନର୍ବାର କମେଣ୍ଟ୍ରିକୁ ଫେରି ପାରନ୍ତି କିମ୍ବା କୌଣସି ବିଦେଶୀ ଲିଗ୍‌ରେ ସାମିଲ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri