Posted inଜାତୀୟ

ବିଚାରପତିଙ୍କ କୁକୁର ଚୋରି, ୨୪ ଅଭିଯୁକ୍ତ

ବରେଲି,୨୪/୫:ଉତ୍ତରପ୍ରଦେଶର ଜଣେ ବିଚାରପତିଙ୍କ ବରେଲିସ୍ଥିତ ବାସଭବନରୁ ପୋଷା କୁକୁର ଚୋରି ହୋଇଛି। ସେମାନଙ୍କ ପଡ଼ୋଶୀ ଡମ୍ପି ଅହମଦ କୁକୁର ଚୋରି କରିଥିବା ବିଚାରପତିଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ସେମାନଙ୍କ ଅଭିଯୋଗ ଆଧାରରେ ପୋଲିସ ପ୍ରାଣୀ ନିଷ୍ଠୁରତା ଆଇନରେ ୨୪ରୁ ଊର୍ଦ୍ଧ୍ୱ ଲୋକଙ୍କ ନାଁରେ ମାମଲା ରୁଜୁ କରିଛି।
ବିଚାରପତି ଜଣକ ହର୍ଦୋଇରେ ପୋଷ୍ଟିଂ ହୋଇଥିବାବେଳେ ତାଙ୍କ ପରିବାର ବରେଲିର ସନ୍‌ସିଟି କଲୋନିରେ ରହୁଛନ୍ତି। କିଛିଦିନ ପୂର୍ବରୁ ବିଚାରପତିଙ୍କ ପରିବାର ଓ ଅହମଦଙ୍କ ପରିବାର ମଧ୍ୟରେ ବଚସା ହୋଇଥିଲା। ସେହି କଲୋନିରେ ରହୁଥିବା ଅହମଦଙ୍କ ପୁଅ କାଦିର ଖାନ୍‌ ଜଜ୍‌ଙ୍କ ପରିବାର ସଦସ୍ୟଙ୍କୁ ଡରାଇବାକୁ ଉଦ୍ୟମ କରିବା ସହ ହତ୍ୟା ଧମକ ଦେଇଥିଲେ ବୋଲି ଅଭିଯୋଗ ହୋଇଛି। ଗତ ୧୬ ତାରିଖ ରାତିରେ ଅହମଦଙ୍କ ସ୍ତ୍ରୀ ବିଚାରପତିଙ୍କ ଘରକୁ ଆସିଥିବାବେଳେ ସେମାନଙ୍କ କୁକୁର ଉକ୍ତ ମହିଳା ଓ ତାଙ୍କ ଝିଅଙ୍କୁ ଆକ୍ରମଣ କରିଥିଲା। ଏହାକୁ ନେଇ ଦୁଇ ପରିବାର ମଧ୍ୟରେ ଝଗଡ଼ା ହୋଇଥିଲା। ଖବର ପାଇ ବିଚାରପତି ଲକ୍ଷ୍ନୌରୁ ବରେଲି ପୋଲିସକୁ ଫୋନ୍‌ କରି ସବୁ କଥା ଜଣାଇବା ସହ ଏତଲା ଦାଏର କରିଥିଲେ। ପରେ କୁକୁରକୁ ଖୋଜି ବାହାର କରିବା ପାଇଁ ପୋଲିସ ଟିମ୍‌ ଉଦ୍ୟମ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri