ନିର୍ବାଚନ ଚାଲିଥିବା ବେଳେ ହତ୍ୟା ଘଟଣାରେ ପୋଲିସ, ଅବକାରୀ ଅଧିକାରୀଙ୍କ ବଦଳି

ବରଗଡ଼,୨୪ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ ୨୦ତାରିଖ ମତଦାନ ଚାଲିଥିବା ବେଳେ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମରେ ଅଟୋଚାଳକଙ୍କୁ ହତ୍ୟା ଘଟଣାରେ ଶୁକ୍ରବାର ବରଗଡ଼ ସଦର ଥାନା ଅଧିକାରୀ ମାନସ କୁମାର ଭୋଇ ଏବଂ ଅବକାରୀ ଷ୍ଟେଶନ ଅଧିକାରୀ ସିଦ୍ଧାନ୍ତ ପାତ୍ରଙ୍କ ବଦଳି ହୋଇଛି। ଉଭୟଙ୍କୁ ନୂଆପଡ଼ା ଜିଲାକୁ ବଦଳି ହୋଇଥିବା ଜଣାପଡ଼ିଛି।
ସୂଚନାନୁଯାୟୀ, ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏହି ଘଟଣାର ତଦନ୍ତ ଦାୟିତ୍ୱ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡ଼ିସି) ଶ୍ରୀକାନ୍ତ ପୃଷ୍ଟିଙ୍କୁ ଦେଇଥିଲେ। ଗତ ୨୧ତାରିଖ ଆରଡିସି ବରଗଡ଼ ଗସ୍ତରେ ଆସି ଏହାର ତଦନ୍ତ କରିଥିଲେ ଏବଂ ତଦନ୍ତ ରିପୋର୍ଟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିଥିଲେ। ଘଟଣା ଦିନ ଅଭିଯୁକ୍ତମାନେ ନିଶାସକ୍ତ ଅବସ୍ଥାରେ ରହିଥିବା ନେଇ ତଦନ୍ତ ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା। ଏହାପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଧଳ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ସଦର ଥାନାଧିକାରୀ ଏବଂ ଅବକାରୀ ଷ୍ଟେଶନ ଅଧିକାରୀଙ୍କୁ ବଦଳି କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ତାକୁ ଆଧାର କରି ବରଗଡ଼ ସଦର ଥାନା ଅଧିକାରୀ ଭୋଇ ଏବଂ ଅବକାରୀ ଷ୍ଟେଶନ ଅଧିକାରୀ ପାତ୍ରଙ୍କୁ ନୂଆପଡ଼ା ଜିଲାକୁ ବଦଳି କରାଯାଇଛି। ତେବେ ସଦର ଥାନା ଅଧିକାରୀଙ୍କ ସ୍ଥାନରେ ଶର୍ମିଷ୍ଠା ପ୍ରଧାନଙ୍କୁ ଅବସ୍ଥାପିତ କରାଯାଇ ଥିବାବେଳେ ଅବକାରୀ ଷ୍ଟେଶନ ଅଧିକାରୀ ପାତ୍ରଙ୍କ ସ୍ଥାନରେ ସ୍ବପ୍ନାରାଣୀ ସେଠୀଙ୍କୁ ଅବସ୍ଥାପିତ କରାଯାଇପାରେ ବୋଲି ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri