୩ୟ ପର୍ଯ୍ୟାୟରେ ୭୧% ମତଦାନ

ଭୁବନେଶ୍ୱର,୨୬ା୫(ଅନିଲ ଦାସ): ଶନିବାର ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଏବଂ ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ୬ ଲୋକ ସଭା ଆସନ ସମ୍ବଲପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର ଏବଂ ଏହା ଅଧୀନ ୪୨ ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ହୋଇଛି। ରାତି ୧ଟା ସୁଦ୍ଧା ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି ସୂଚନା ଅନୁଯାୟୀ ଏହି ପର୍ଯ୍ୟାୟରେ ରାଜ୍ୟର ମୋଟ ଭୋଟହାର ଆପାତତଃ ୭୧% ରହିଛି। ୬ ଲୋକ ସଭା ଆସନ ମଧ୍ୟରୁ ଭୁବନେଶ୍ୱରରେ ୬୨%, କଟକରେ ୬୭.୩୬%, ଢେଙ୍କାନାଳରେ ୭୩.୬୯%, କେନ୍ଦୁଝରରେ ୭୩.୩%, ପୁରୀରେ ୭୩.୮୧% ଏବଂ ସମ୍ବଲପୁରରେ ୭୬.୬୩% ମତଦାନ ହୋଇଛିି। ଏହି ପର୍ଯ୍ୟାୟରେ ଲୋକ ସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଣବ ପ୍ରକାଶ ଦାସ, ଭର୍ତ୍ତୃହରି ମହତାବ, ସଂତୃପ୍ତ ମିଶ୍ର, ସମ୍ବିତ୍‌ ପାତ୍ର, ଅରୂପ ପଟ୍ଟନାୟକ, ଅପରାଜିତା ଷଡ଼ଙ୍ଗୀ, ମନ୍ମଥ ରାଉତରାୟ, ବିଧାନସଭାର ବହୁ ହେଭିଓ୍ବେଟ୍‌ଙ୍କ ସମେତ ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ରେ ସିଲ୍‌ ହୋଇଛି। ୨୦୧୯ ତୁଳନାରେ ଚଳିତ ନିର୍ବାଚନରେ ମତଦାନ ହାର ଅଧିକ ରହିଛି। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ମତଦାନ ହାର ଆହୁରି ଅଧିକ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

ମକ୍‌ ପୋଲିଂ ପରେ ସକାଳ ୭ଟାରୁ ମତଦାନ ପ୍ରକି୍ରିୟା ଆରମ୍ଭ ହୋଇଥିଲା। ମୁଖ୍ୟମନ୍ତ୍ରୀ, ବିଭିନ୍ନ ଦଳର ପ୍ରାର୍ଥୀ, ମୁଖ୍ୟ ଶାସନ ସଚିବଙ୍କ ସମେତ ମୁଖ୍ୟ ନିର୍ବାଚନ ଅଧିକାରୀ ଓ ବହୁ ବରିଷ୍ଠ ପ୍ରଶାସନିକ ଅଧିକାରୀ ଭୋଟ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଏରୋଡ୍ରମ୍‌ ପ୍ରାଇମେରୀ ସ୍କୁଲର ୧୧୪ ନଂ. ବୁଥ୍‌ରେ ଭୋଟ ଦେଇଛନ୍ତି। ସେହିପରି ଭୁବନେଶ୍ୱର ଉତ୍ତର ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନରେ ଚନ୍ଦ୍ରଶେଖରପୁର ଡିଏଭି ସ୍କୁଲ କ୍ୟାମ୍ପସ-୨ରେ ବୁଥ୍‌ ନଂ. ୫୯ରେ ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ସ୍ତ୍ରୀ ମୃଦୁଳା ଠାକୁର ପ୍ରଧାନ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି।
ଭୁବନେଶ୍ୱର ଲୋକ ସଭା କ୍ଷେତ୍ରର ୭ ବିଧାନସଭା ଆସନ ମଧ୍ୟରୁ ବେଗୁନିଆରେ ୭୧.୫%, ଭୁବନେଶ୍ୱର-ମଧ୍ୟ ଆସନରେ ୫୧.୧୯%, ଭୁବନେଶ୍ୱର-ଉତ୍ତରରେ ୫୧%, ଭୁବନେଶ୍ୱର-ଏକାମ୍ରରେ ୫୫.୬%, ଜଟଣୀରେ ୬୪.୩%, ଜୟଦେବରେ ୭୨.୬୪% ଏବଂ ଖୋର୍ଦ୍ଧାରେ ୭୨.୫୪% ମତଦାନ ହୋଇଛି। କଟକ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ୭ ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟହାରକୁ ଦେଖିଲେ ଆଠଗଡ଼ରେ ୫୯%, ବାଙ୍କୀରେ ୫୯.୧୭%, ବାରବାଟୀ-କଟକରେ ୪୨.୧%, ବଡ଼ମ୍ବାରେ ୫୭%, ଚୌଦ୍ୱାର-କଟକରେ ୪୨.୯%, କଟକ ସଦରରେ ୬୦% ଏବଂ ଖଣ୍ଡପଡ଼ାରେ ୬୩.୫% ରହିଛି। ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅଧୀନ ୭ ବିଧାନସଭା ଆସନ ମଧ୍ୟରୁ ଅନୁଗୋଳରେ ୫୭.୬%, ଢେଙ୍କାନାଳରେ ୫୩.୪୫%, ହିନ୍ଦୋଳରେ ୬୩.୫୨%, କାମାକ୍ଷାନଗରରେ ୫୪.୨%, ପାଲଲହଡ଼ାରେ ୭୩.୮୬%, ପରଜଙ୍ଗରେ ୬୩.୮୮% ଏବଂ ତାଳଚେରରେ ୬୪% ମତଦାନ ହୋଇଛି। କେନ୍ଦୁଝର ଲୋକ ସଭା କ୍ଷେତ୍ରର ୭ ବିଧାନସଭା ଆସନ ମଧ୍ୟରୁ ଆନନ୍ଦପୁରରେ ୫୯.୧୫%, ଚମ୍ପୁଆରେ ୬୪.୧୪%, ଘସିପୁରାରେ ୬୨.୩%, କରଞ୍ଜିଆରେ ୬୧.୩୮%, କେନ୍ଦୁଝରରେ ୬୧.୩୬%, ପାଟଣାରେ ୬୫.୨୫% ଏବଂ ତେଲକୋଇରେ ୬୩.୫୧% ମତଦାନ ହୋଇଛି। ପୁରୀ ଲୋକ ସଭା ଆସନ ଅନ୍ତର୍ଗତ ୭ ବିଧାନସଭା କ୍ଷେତ୍ର ମଧ୍ୟରୁ ବ୍ରହ୍ମଗିରିରେ ଭୋଟହାର ୭୭% ହୋଇଥିବାବେଳେ ଚିଲିକାରେ ୭୧.୩୧%, ନୟାଗଡ଼ରେ ୫୯.୮%, ପିପିଲିରେ ୭୮%, ପୁରୀରେ ୫୬%, ରଣପୁରରେ ୬୦.୩% ଏବଂ ସତ୍ୟବାଦୀରେ ଭୋଟହାର ୬୨% ହୋଇଛି। ଏଥର ନିର୍ବାଚନରେ ଅନ୍ୟତମ ଚର୍ଚ୍ଚିତ ଲୋକ ସଭା ଆସନ ସମ୍ବଲପୁରର ୭ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରେ ଭୋଟହାର ଯଥାକ୍ରମେ ଆଠମଲ୍ଲିକରେ ୬୬.୨%, ଛେଣ୍ଡିପଦାରେ ୬୫.୫%, ଦେବଗଡ଼ରେ ୬୭%, କୁଚିଣ୍ଡାରେ ୮୧.୩୮%, ରେଢ଼ାଖୋଲରେ ୬୬%, ରେଙ୍ଗାଲିରେ ୭୪.୯୩% ଏବଂ ସମ୍ବଲପୁରରେ ୬୩.୨% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

ୟୁନୁସଙ୍କ ଗୋଟିଏ ଭୁଲ, ଯାହା ପାଇଁ ଦଣ୍ଡ ପାଉଛି ବାଂଲାଦେଶ

ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri