ସାତକୋଶିଆରେ ଜନ୍ମନେଲେ ୩୫ ଘଡ଼ିଆଳ ଶାବକ

ବୌଦ୍ଧ,୨୬ା୫(ଅଜିତ କୁମାର ବାରିକ): ସାତକୋଶିଆ ଗଣ୍ଡରେ ୩୫ ଘଡ଼ିଆଳ କୁମ୍ଭୀର ଶାବକ ଜନ୍ମ ନେଇଥିବା ଜଣାପଡ଼ିଛି। ଗତ ଗୁରୁବାର ସାତକୋଶିଆର ବଳଦମଡ଼ା ନିକଟରେ ଏକ ଘଡ଼ିଆଳ କୁମ୍ଭୀର ୩୫ ଶାବକକୁ ଜନ୍ମ ଦେଇଛି। ୪୦ବର୍ଷର ବ୍ୟବଧାନ ପରେ ଏଥରକୁ ମିଶାଇ ଲଗାତର ଚତୁର୍ଥ ଥର ପ୍ରାକୃତିକ ଆବାସସ୍ଥଳୀରେ ମା’ ଘଡ଼ିଆଳ ଅଣ୍ଡା ଫୁଟାଇଛି।

ପ୍ରକାଶ ଯେ, ସାତକୋଶିଆ ଗଣ୍ଡ ଅଭୟାରଣ୍ୟର ବଳଦମଡ଼ା ନିକଟରେ ଗତ ମାର୍ଚ୍ଚ ମାସରେ ଏକ ଘଡ଼ିଆଳ କୁମ୍ଭୀର ଅଣ୍ଡା ଦେଇଥିଲା। ଅଣ୍ଡା ଦେବାର ୧ ମାସ ପରେ ଛୁଆ ଫୁଟିବା କଥା। ମାତ୍ର ଅତ୍ୟଧିକ ଗରମ କାରଣରୁ ଅଣ୍ଡାରୁ ଛୁଆ ଫୁଟିବା ବିଳମ୍ବ ଘଟିଥିଲା। ଏହାକୁ ଦୃଷ୍ଟିରେ ରଖି କୋର୍‌ ଏରିଆରେ ମାଛମରା, ଡଙ୍ଗା ଇତ୍ୟାଦି ଚଳାଚଳକୁ ବନ୍ଦ କରାଯାଇଥିଲା। ବିଳମ୍ବରେ ହେଉ ପଛେ ଘଡ଼ିଆଳ ୩୫ ଶାବକ ଜନ୍ମଦେବା ପରେ ସାତକୋଶିଆ ବନ୍ୟପ୍ରାଣୀ କର୍ମଚାରୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି।

ସାତକୋଶିଆ ଗଣ୍ଡ ଅଭୟାରଣ୍ୟର ମହାନଦୀ ବନ୍ୟପ୍ରାଣୀ ଅନୁଗୋଳ ବନଖଣ୍ଡ ଅଧୀନରେ ଥିବା ଟିକରପଡ଼ାଠାରେ ୧୯୭୫ ମସିହାରେ ଘଡ଼ିଆଳ କୁମ୍ଭୀର ସଂରକ୍ଷଣ ପ୍ରକଳ୍ପ ଆରମ୍ଭ ହୋଇଥିଲା। ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା ମହାନଦୀରେ ଘଡ଼ିଆଳ କୁମ୍ଭୀର ବଂଶବୃଦ୍ଧି। ଏହି ଉଦ୍ଦେଶ୍ୟରେ ଟିକରପଡ଼ାଠାରେ ଏକ କୁମ୍ଭୀର ଗବେଷଣା କେନ୍ଦ୍ର ସହ ସଂରକ୍ଷଣ କେନ୍ଦ୍ର ଖୋଲାଯାଇଥିଲା। ମାତ୍ର ବିଭିନ୍ନ ସମୟରେ ବାହାରୁ ଅଣ୍ଡା ଅଣାଯାଇ ପ୍ରଜନନ ପରେ ବି ସାତକୋଶିଆରେ ଘଡ଼ିଆଳ ବଂଶବୃଦ୍ଧି ନ ଘଟିବା ବିଶେଷଜ୍ଞମାନଙ୍କୁ ଚିନ୍ତାରେ ପକାଇଥିଲା। ୨୦୨୦ରେ ଘଡ଼ିଆଳ ବଂଶବୃଦ୍ଧିକୁ ଦୃଷ୍ଟିରେ ରଖି କୃତ୍ରିମ ପ୍ରଜନନ ପାଇଁ କେତୋଟି ମାଈ ଏବଂ ପୁରୁଷ ଘଡ଼ିଆଳ ଗଣ୍ଡରେ ଛଡ଼ାଯାଇ ସେମାନଙ୍କ ଗତିବିଧି ଉପରେ କଡ଼ା ନଜର ରଖାଯାଇଥିଲା। ଶେଷରେ ୨୦୨୨ରେ ପ୍ରଥମଥର ପାଇଁ ଏକ ଘଡ଼ିଆଳ ସାତକୋଶିଆର ବଳଦମଡ଼ାଠାରେ ୨୮ଟି ଶାବକକୁ ଜନ୍ମ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri