Posted inଖେଳ

ସ୍ବର୍ଣ୍ଣ ଜିତିବାରେ ଦୀପା ପ୍ରଥମ ଭାରତୀୟ

ତାସକେଣ୍ଟ,୨୬ା୫: ଷ୍ଟାର ଜିମ୍ନାଷ୍ଟ ଦୀପା କର୍ମାକର ପ୍ରଥମ ଭାରତୀୟ ଭାବେ ଏସିଆନ ସିନିୟର ଚାମ୍ପିୟନଶିପ୍‌ର ମହିଳା ଭଲ୍ଟ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୩୦ ବର୍ଷୀୟା ଦୀପା ଉଜ୍‌ଥବେକିସ୍ତାନରେ ଅନୁଷ୍ଠିତ ପ୍ରତିଯୋଗିତାର ଅନ୍ତିମ ଦିବସରେ ଭଲ୍ଟ ଫାଇନାଲରେ ୧୩.୫୬୬ ପଏଣ୍ଟ ସ୍କୋର କରିଥିଲେ। ଉତ୍ତରକୋରିଆର କିମ୍‌ ସନ ହ୍ୟାଙ୍ଗ (୧୩.୪୬୬) ଓ ଜୋ କ୍ୟୋଙ୍ଗ ବିୟଲ (୧୨.୯୬୬) ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ଜିତିଥିଲେ।

୨୦୧୬ ରିଓ ଅଲିମ୍ପିକ୍ସ ଭଲ୍ଟ ଫାଇନାଲରେ ଚତୁର୍ଥ ହୋଇଥିଲେ। ୨୦୧୫ ସଂସ୍କରଣରେ କିନ୍ତୁ ସେ ସମାନ ଇଭେଣ୍ଟରେ ବ୍ରୋଞ୍ଜ ପଦକ ପାଇଥିଲେ। ସୂଚନାଯୋଗ୍ୟ, ୨୦୧୫ ଏସିଆନ ଚାମ୍ପିୟନଶିପ୍‌ର ବ୍ୟକ୍ତିଗତ ଫ୍ଲୋର ଏକ୍ସରସାଇଜରେ ଆଶିଷ କୁମାର ଏକ ବ୍ରୋଞ୍ଜ ପାଇଥିଲେ। ପ୍ରଣିତ ନାୟକ ମଧ୍ୟ ୨୦୧୯ ଓ ୨୦୨୨ ସଂସ୍କରଣ ଭଲ୍ଟ ଇଭେଣ୍ଟରେ ଗୋଟିଏ ଲେଖାଏଁ ବ୍ରୋଞ୍ଜ ଜତିଥିଲେ। ଡେପିଙ୍ଗ ଅପରାଧ ପାଇଁ ୨୧ ମାସ ସସ୍‌ପେଣ୍ଡ ହେବା ପରେ ଗତବର୍ଷ ଆକ୍ସନକୁ ଫେରିଥିବା ଦୀପା କିନ୍ତୁ ଆସନ୍ତା ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri