Posted inଜାତୀୟ

୩ ଦିନ ଡେରିରେ ପଶ୍ଚିମବଙ୍ଗ ନଦିଆ ଜିଲାରେ ପାଳିତ ହେଲା ସ୍ବାଧୀନତା ଦିବସ

କୋଲକତା,୧୮।୮: ଭାରତରେ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ପାଳିତ ହୋଇଥିବା ବେଳେ ୩ ଦିନ ଡେରିରେ ରବିବାର ପଶ୍ଚିମବଙ୍ଗ ନଦିଆ ଜିଲାରେ ସ୍ବାଧୀନତା ଦିବସ ପାଳିତ ହୋଇଛି। ଭାରତ-ପାକିସ୍ତାନ ମାନଚିତ୍ର ପ୍ରସ୍ତୁତ କରିଥିବା ସାର୍‌ ରେଡ୍‌କ୍ଲିଫ୍‌ଙ୍କ ଭୁଲ୍‌ ଯୋଗୁ ନଦିଆ ଜିଲାକୁ ପୂର୍ବ ପାକିସ୍ତାନରେ ସାମିଲ କରାଯାଇଥିଲା। ୧୯୪୭ ଅଗଷ୍ଟ ୧୨ରେ ରେଡ଼ିଓରେ ଖବର ପ୍ରସାରିତ ହୋଇଥିଲା ଯେ, ଭାରତକୁ ସ୍ବାଧୀନତା ମିଳିଯାଇଛି। ତେବେ ଖବରରେ କୁହାଯାଇଥିଲା ନଦିଆ ଜିଲାକୁ ପୂର୍ବ ପାକିସ୍ତାନରେ ସାମିଲ୍‌ କରାଯାଇଛି। ଖବର ପ୍ରଚାରିତ ହେବା ପରେ ନଦିଆରେ ଦଙ୍ଗା ଆରମ୍ଭ ହୋଇଯାଇଥିଲା। ଏହାପରେ ନଦିଆ ଜିଲାକୁ ଭାରତରେ ସାମିଲ୍‌ କରାଯାଇ ମାନଚିତ୍ରରେ ସାର୍‌ ରେଡ୍‌କ୍ଲିଫ କେତେକ ପରିବର୍ତ୍ତନ କରିଥିଲେ। ଏନେଇ ଅଗଷ୍ଟ ୧୭ରେ ଘୋଷଣା କରାଯାଇଥିଲା ଯେ ନଦିଆ ଜିଲା ଭାରତର ଅଂଶବିଶେଷ। ଏହା ପରଦିନ ଅଗଷ୍ଟ ୧୮ରେ ଏଠାରେ ଭାରତର ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଏହାପରେ ସ୍ଥାନୀୟ ବାସିନ୍ଦାଙ୍କ ଦାବିକୁ ଦୃଷ୍ଟିରେ ରଖି ଭାରତ ସରକାର ୧୯୯୧ରେ ଏଠାରେ ପ୍ରତିବର୍ଷ ଅଗଷ୍ଟ ୧୮ରେ ସ୍ବାଧୀନତା ଦିବସ ପାଳନ କରାଯିବା ପ୍ରସ୍ତାବକୁ ଅନୁମୋଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri