ପୁଣି ୧ କି.ମି. ଚାଲିଲେ ଗର୍ଭବତୀ

ମାଲକାନଗିରି,(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ବହୁ ଯୋଜନା ପ୍ରଣୟନ ହେଉଥିବା ବେଳେ ଏହି ଯୋଜନାଗୁଡିକ ଶତ ପ୍ରତିଶତ ପୂରଣ ହେଉ ନ ଥିବା ଦେଖିବାକୁ ମିଳିଛି। ବିଶେଷ କରି ଜିଲାର ସବୁ ଗ୍ରାମ, ପଲ୍ଲୀମାନଙ୍କରେ ରାସ୍ତା ନିର୍ମାଣ ଯୋଜନା କେବଳ ଯୋଜନାରେ ହିଁ ସୀମିତ ହୋଇ ରହିଯାଇଛି। ଫଳରେ ଆଜି ମଧ୍ୟ ଏପରି ବହୁ ଗ୍ରାମ ଅଛି ଯେଉଁ ଗ୍ରାମକୁ ଯିବାପାଇଁ ରାସ୍ତାଟିଏ ନ ଥିବାରୁ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

କେବଳ ଏତିକି ନୁହେଁ ଜରୁରିକାଳୀନ ସମୟରେ ଜଣେ ରୋଗୀଙ୍କୁ ଡାକ୍ତରଖାନା ନେବାକୁ ହେଲେ ଭାରର ସାହାଯ୍ୟ ନେବାକୁ ବାଧ୍ୟ ହେଉଛନ୍ତି ଗ୍ରାମବାସୀ। ଏହି ପରିପ୍ରେକ୍ଷୀରେ ବହୁ ରୋଗୀ ମତ୍ୟୁମୁଖରେ ପଡୁଥିବା ଦେଖିବାକୁ ମିଳୁଛି। ଜିଲାରେ ପ୍ରତିମାସରେ ଗର୍ଭବତୀଙ୍କୁ ଭାରରେ ବୋହି ଆଣିବା ଘଟଣା ନିତିଦିନିଆ ହୋଇଛି।

ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକରେ ା କୋରୁକୋଣ୍ଡା ବ୍ଲକ ନାକାମାମୁଡି ପଞ୍ଚାୟତ ଗନ୍ଦିଗୁଡା ଗ୍ରାମର ଜଣେ ଗର୍ଭବତୀ ଏକ କିଲୋମିଟର ଚାଲି ଆସି ଆମ୍ବୁଲାନ୍ସରେ ଚିକିତ୍ସାଳୟକୁ ଯାଇଛନ୍ତି। ସୂଚନା ଅନୁଯାୟୀ, ଗନ୍ଦିଗୁଡା ଗ୍ରାମର ମଧୁ ମୁଦୁଲିଙ୍କ ସ୍ତ୍ରୀ ପ୍ରତିମାଙ୍କର ଗର୍ଭଯନ୍ତ୍ରଣା ଆରମ୍ଭ ହୋଇଥିଲା। ପରିବାର ଲୋକ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ ା ଆମ୍ବୁଲାନ୍ସ ଆସିଲା, କିନ୍ତୁ ଗ୍ରାମକୁ ରାସ୍ତା ନ ଥିବାରୁ ବାଧ୍ୟହୋଇ ଆମ୍ବୁଲାନ୍ସ ସୋମନାଥପୁର ପଞ୍ଚାୟତ ହାତୀଆମ୍ବ ଗ୍ରାମ ନିକଟଦେଇ ଯାଇଥିବା ବାଲିମେଳା ଜୟପୁର ମୁଖ୍ୟ ରାସ୍ତା କଡରେ ରହିଥିଲା ା

ତେବେ ଆମ୍ବୁଲାନ୍ସ ଉକ୍ତ ସ୍ଥାନରେ ଅଟକି ଥିବା ଜାଣି ପରିବାର ଲୋକେ ଓ ଗ୍ରାମବାସୀ ବାଧ୍ୟହୋଇ ପ୍ରତିମାଙ୍କୁ ଚଲାଇ ଚଲାଇ ନେଇଥିଲେ। ପ୍ରତିମା ଗ୍ରାମଠାରୁ ପ୍ରାୟ ଏକ କି.ମି.ପାହାଡିଆ ରାସ୍ତାଦେଇ ବହୁ କଷ୍ଟରେ ଆମ୍ବୁଲାନ୍ସ ନିକଟରେ ପହଞ୍ଚିଥିଲେ। ପରେ ପ୍ରତିମାଙ୍କୁ କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିବା ଏବଂ ମା’ ଓ ଶିଶୁ ଦୁଇଜଣ ସୁସ୍ଥ ଥିବା ଡାକ୍ତର କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri