କାଣିମହୁଲି, ଚିତ୍ରଡ଼ାରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଶକ୍ତି ପ୍ରଦର୍ଶନ

ମୋରଡ଼ା,୨୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା ଦଳ ନିଜର ଶକ୍ତି ପ୍ରଦର୍ଶନ କରିଛି। ଏହି ପରିପ୍ରେକ୍ଷୀରେ ଆଜି ଉକ୍ତ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଶୁଳିଆପଦା ବ୍ଲକର କାଣିମହୁଲି ପଞ୍ଚାୟତ ଓ ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଥିଲା।

ଶୁଳିଆପଦା ବ୍ଲକ ଅଧୀନ କାଣିମହୁଲି ପଞ୍ଚାୟତ ପଡ଼ିଆରେ ଆଜି ଅପରାହ୍ନ ୧ଟାବେଳେ ଜେଏମ୍‌ଏମ୍‌ର ମୋରଡ଼ା ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ଦାସଙ୍କ ନେତୃତ୍ୱରେ ବିଶାଳ ନିର୍ବାଚନୀ ପ୍ରଚାର ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ ସଭାରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ, ମୟୂରଭଞ୍ଜ ଏମ୍‌ପି ପ୍ରାର୍ଥୀ ଅଞ୍ଜଳି ସୋରେନ,କୃଷ୍ଣଚନ୍ଦ୍ର ଦାସ ପ୍ରମୁଖ ମଞ୍ଚାସୀନ ଥିଲେ। ଆଗାମୀ ନିର୍ବାଚନରେ ଧନୁତୀର ଚି଼ହ୍ନରେ ଭୋଟ୍‌ ଦେଇ ମୋରଡ଼ା ମାଟିର ପୁଅ କୃଷ୍ଣଚନ୍ଦ୍ର ଦାସଙ୍କୁ ଜୟଯୁକ୍ତ କରାଇବାକୁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ଚମ୍ପାଇ ସୋରେନ ଓ ଅଞ୍ଜଳି ସୋରେନ। ପ୍ରବଳ ଟାଣଖରା ସତ୍ତ୍ୱେ ଉକ୍ତ ସଭାରେ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri