ଭୋଟ ଗଣତି ପାଇଁ ପ୍ରସ୍ତୁତି ଶେଷ:ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

କେନ୍ଦୁଝର,୩।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଗତ ମେ ମାସ ୨୫ରେ ଶାନ୍ତିପୂର୍ଣ ଭାବେ ମତଦାନ ହେବା ପରେ ଶୃଙ୍ଖଳିତ ଏବଂ ତ୍ରୁଟିଶୂନ୍ୟ ଭୋଟ ଗଣତି ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ ଓ ରାଜ୍ୟ ପୋଲିସଙ୍କ ତ୍ରିସ୍ତରୀୟ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆସନ୍ତା ୪ରେ ଜିଲାର ତିନୋଟି ସ୍ଥାନରେ ଥିବା ୬ଟି କେନ୍ଦ୍ରରେ ଭୋଟ ଗଣତି ହେବ। ଚମ୍ପୁଆ ଓ ପାଟଣା ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ଚନ୍ଦ୍ରଶେଖର ମହାବିଦ୍ୟାଳୟ, ଚମ୍ପୁଆଠାରେ ହେବାକୁ ଥିବା ବେଳେ, କେନ୍ଦୁଝର ଓ ତେଲକୋଇ ବିଧାନସଭା ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ଓ ଖଣି ଯାନ୍ତ୍ରିକ ବିଦ୍ୟାଳୟଠାରେ ଏବଂ ଆନନ୍ଦପୁର ଓ ଘଷିପୁରା ନିର୍ବାଚନ ମଣ୍ଡଳୀର ଭୋଟ ଗଣତି କନକ ମଞ୍ଜରୀ ମହିଳା ବିଦ୍ୟାଳୟ ରେ ଅନୁଷ୍ଠିତ ହେବା ଲାଗି ସ୍ଥିର କରାଯାଇଛି ବୋଲି ଜିଲାପାଳ ବିଶାଲ ସିଂହ ଏକ ଖବରଦଦାତା ସମ୍ମିଳନୀରେ କହିଛନ୍ତି । ଏଥିସହିତ ଏହି ସବୁ ଗଣତି କେନ୍ଦ୍ରରେ ବିଧାନସଭା ସହିତ କେନ୍ଦୁଝର ସଂସଦୀୟ କ୍ଷେତ୍ର ଲାଗି ମଧ୍ୟ ସମାନ୍ତରାଳ ଭାବେ ଭୋଟ ଗଣତି ହେବ।
କେନ୍ଦୁଝର ସଂସଦୀୟ କ୍ଷେତ୍ରର ଇଭିଏମ ଭୋଟ ଗଣତି ନିମନ୍ତେ କେନ୍ଦୁଝର ଜିଲାର ୬ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଇଭିଏମ ଭୋଟ ଗଣତି ନିମନ୍ତେ କେବଳ ଆନନ୍ଦପୁରରେ ୧୨ ଟେବୁଲ ଓ କେନ୍ଦୁଝର ଜିଲାର ଅନ୍ୟ ୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ୧୪ ଟି ଲେଖାଏ ଟେବୁଲ ଏବଂ ଏହି ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ମୟୂରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନ ମଣ୍ଡଳୀ ଲାଗି ୧୪ଟି ଟେବୁଲ ବ୍ୟବସ୍ଥା କରାଯାଇ ସମୁଦାୟ ୯୬ ଗୋଟି ଇଭିଏମ ଟେବୁଲର ବ୍ୟବସ୍ଥା କରାଯାଇଛି। ଆହୁରି ମଧ୍ୟ ସମସ୍ତ ପୋଷ୍ଟାଲ ବାଲଟ ଗଣତି ପାଇଁ ଜିଲାର ୩ଟି ଓ ମୟୂରଭଞ୍ଜ କରଞ୍ଜିଆ ଗଣତି କେନ୍ଦ୍ରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।
ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ ଢ଼ଙ୍ଗରେ ସଂସଦୀୟ କ୍ଷେତ୍ର ଏବଂ ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ନିମନ୍ତେ ସମୁଦାୟ ନିଯୁକ୍ତ ୭୫୯ କର୍ମଚାରୀଙ୍କ ମଧ୍ୟରୁ ୨୪୦ ମାଇକ୍ରୋ ଅବଜରଭର, ୨୪୦ କାଉଣ୍ଟିଙ୍ଗ ସୁପରଭାଇଜର ଏବଂ ୨୭୯ କାଉଣ୍ଟିଙ୍ଗ ଆସିଷ୍ଟାଣ୍ଟଙ୍କୁ ସର୍ବୋକୃଷ୍ଟ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି । ଭାରତ ର୍ନିବାଚନ ଆୟୋଗଙ୍କ ଦାରା ନିଯୁକ୍ତ ୪ ଜଣ ପର୍ଯ୍ୟବେକ୍ଷକ ଇତିମଧ୍ୟରେ ଭୋଟ ଗଣତିର ନିରୀକ୍ଷଣ କରୁଛନ୍ତି।
ଉଭୟ ୦୪- କେନ୍ଦୁଝର ସଂସଦୀୟ କ୍ଷେତ୍ର ଏବଂ ବିଧାନସଭା ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ପାଇଁ ତେଲକୋଇ ଲାଗି ୨୩ ରାଉଣ୍ଡ, ଘଷିପୁରା ପାଇଁ ୨୨ ରାଉଣ୍ଡ, ଆନନ୍ଦପୁର ପାଇଁ ୨୫ ରାଉଣ୍ଡ, ପାଟଣା ପାଇଁ ୨୦ ରାଉଣ୍ଡ, କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୨୧ ରାଉଣ୍ଡ, ଚମ୍ପୁଆ ପାଇଁ ୧୯ ରାଉଣ୍ଡ ଓ କରଞ୍ଜିଆ ଲାଗି ୧୮ ରାଉଣ୍ଡ ଭୋଟ ଗଣତି କରାଯିବା ପାଇଁ ସ୍ଥିର କରାଯାଇଛି।
ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଗଣତି ସମ୍ବନ୍ଧିତ ସୂଚନା ପ୍ରଦାନ କରିବା ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି ଜିଲାପାଳ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri