Posted inଜାତୀୟ

ମାଳଦ୍ୱୀପ ନୁହେଁ ଲକ୍ଷାଦ୍ୱୀପ ଯିବାକୁ ପରାମର୍ଶ ଦେଲା ଇସ୍ରାଏଲ୍‌

ନୂଆଦିଲ୍ଲୀ,୩ା୬ : ସୁନ୍ଦର ବେଳାଭୂମି ପର୍ଯ୍ୟଟନ ପାଇଁ ପ୍ରସିଦ୍ଧ ମାଳଦ୍ୱୀପ ଗାଜା ଯୁଦ୍ଧରେ ପାଲେଷ୍ଟିନୀୟଙ୍କୁ ସମର୍ଥନ ଜଣାଇ ଇସ୍ରାଏଲ୍‌ ପର୍ଯ୍ୟଟକମାନଙ୍କ ଆଗମନ ଉପରେ ନିଷେଧାଦେଶ ଲଗାଇଛି। ଫଳରେ ମାଳଦ୍ୱୀପକୁ ବର୍ଜନ କରି ଭାରତୀୟ ବେଳାଭୂମି ବିଶେଷ କରି ଲାକ୍ଷାଦ୍ୱୀପ ଭ୍ରମଣ କରିବାକୁ ଇସ୍ରାଏଲ୍‌ ଏହାର ପର୍ଯ୍ୟଟକମାନଙ୍କୁ ପରାମର୍ଶ ଦେଇଛି। ଭାରତୀୟ ବେଳାଭୂମିଗୁଡ଼ିକରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଓ ଭଲ ଆତିଥେୟତା ମିଳିଥାଏ ବୋଲି ଇସ୍ରାଏଲ୍‌ ଦୂତାବାସ ପକ୍ଷରୁ ଏକ୍ସ’ରେ ପୋଷ୍ଟ କରାଯାଇଛି।

ଗତ ଜାନୁଆରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାକ୍ଷାଦ୍ୱୀପ ଯାଇ ଏହାର ବେଳାଭୂମିକୁ ପ୍ରଶଂସା କରିବା ସହ ସେଠାକାର ଅଞ୍ଚଳବାସୀଙ୍କ ଆତିଥେୟତା ବେଶ୍‌ ପ୍ରଶଂସନୀୟ ବୋଲି କହିଥିଲେ। ତେବେ ସେ ମାଳଦ୍ୱୀପର ବେଳାଭୂମି ପର୍ଯ୍ୟଟନକୁ ବିରୋଧ କରୁଥିବାର ଏକ ଭୁଲ୍‌ ଧାରଣା ଉକ୍ତ ଦ୍ୱୀପଦେଶରେ ସୃଷ୍ଟି ହୋଇଥିଲା। ଏପରିକି କେତେଜଣ ମାଳଦ୍ୱୀପ ମନ୍ତ୍ରୀ ମୋଦିଙ୍କ ବିରୋଧରେ ସୋସିଆଲ ମିଡିଆରେ ପୋଷ୍ଟ ମଧ୍ୟ କରିଥିଲେ। ଏହାକୁ ନେଇ ଭାରତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ମାଳଦ୍ୱୀପ ବେଳାଭୂମି ବର୍ଜନ କରିବା ନେଇ ଏକ କ୍ୟାମ୍ପେନ୍‌ ବା ଅଭିଯାନ ଆରମ୍ଭ ହୋଇଥିଲା।

ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୋଇଜୁଙ୍କ ଭାରତ ବିରୋଧୀ ମନୋଭାବ ଯୋଗୁ ସେଠାକୁ ଭାରତୀୟ ପର୍ଯ୍ୟଟକ ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ମାଳଦ୍ୱୀପ ଅର୍ଥନୀତି ମୁଖ୍ୟତଃ ପର୍ଯ୍ୟଟନ ଉପରେ ନିର୍ଭର କରୁଥିବା ବେଳେ ଇସ୍ରାଏଲ୍‌ ପର୍ଯ୍ୟଟକ ନ ଆସିବା ଦ୍ୱାରା ଏହା ଆହୁରି ପ୍ରଭାବିତ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri