ପ୍ରଥମ ଥର ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ମାଟିରେ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛି: ମୋଦି

ନୂଆଦିଲ୍ଲୀ,୪।୬: ୨୦୨୪ ନିର୍ବାଚନ ଫଳାଫଳ ଆସିବା ପରେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ସ୍ପଷ୍ଟ ହୋଇଛି। ଏନ୍‌ଡିଏ ନେତୃତ୍ୱରେ ଦଳ ଭଲ ପ୍ରଦର୍ଶନ କରିଛି। ଏମିତିରେ ଦଳୀୟ କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ଦିଲ୍ଲୀ ସ୍ଥିତ ଭାଜପା ମୁଖ୍ୟାଳୟରେ ମୋଦି ଦେଶବାସୀଙ୍କ ସମେତ ନିର୍ବାଚନରେ ସମର୍ପଣ ଭାବ ସହ କାର୍ଯ୍ୟ କରିଥିବା କର୍ମୀ, କର୍ମଚାରୀ, ନିର୍ବାଚନ କମିଶନଙ୍କୁ ଧନ୍ୟବାଦ ଜଣାଇବା ସହ ନିଜର ବାର୍ତ୍ତା ଦେଇଛନ୍ତି।

ମୋଦି କହିଛନ୍ତି, ପ୍ରବଳ ଖରାରେ ଦଳୀୟ କର୍ମୀ, ପୋଲିଂ ଅଫିସର ଏବଂ ଅନ୍ୟ ସମସ୍ତ ଅଧିକାରୀ ନିଜର ଦାୟିତ୍ୱ ସୂଚାରୁରୂପେ ସମ୍ପାଦନ କରିଛନ୍ତି। ଦଳ ଅରୁଣାଚଳ ପ୍ରଦେଶ, ଆନ୍ଧ୍ରପ୍ରଦେଶ, ଓଡ଼ିଶା, ସିକିମ ଭଳି ରାଜ୍ୟରେ ରେକର୍ଡ କରିଛି। ସେଠାରେ କଂଗ୍ରେସର ସ୍ଥିତି ଶୋଚନୀୟ ହୋଇଛି। ପ୍ରଥମ ଥର ପାଇଁ ଭାଜପା ଓଡ଼ିଶାରେ ସରକାର ଗଠନ କରିବାକୁ ଯାଉଛି। ଲୋକସଭାରେ ମଧ୍ୟ ଦଳ ଅଧିକ ଆସନ ହାତେଇଛି। ପ୍ରଥମ ଥର ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ମାଟିରେ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛି।

ସେହିଭଳି କେରଳରେ ମଧ୍ୟ ଭାଜପା ଭଲ ପ୍ରଦର୍ଶନ କରିଛି। ଅନେକ ବର୍ଷ ଧରି କରିଥିବା ସଂଘର୍ଷର ପରିଣାମ ଏବେ ମିଳିଛି। ତେଲେଙ୍ଗାନାରେ ଅମ ସଂଖ୍ୟା ଦୁଇଗୁଣା ହୋଇଛି। ବାକି ଅନେକ ରାଜ୍ୟରେ ଆମ ଦଳ କ୍ଲିନ ସୁଇପ୍‌ କରିଛି। ତେବେ ଦେଶବାସୀଙ୍କୁ କହିବାକୁ ଚାହୁଁଛି କେନ୍ଦ୍ର ସରକାର ଆପଣଙ୍କ ବିକାଶ ପାଇଁ ସମସ୍ତ କାର୍ଯ୍ୟ କରିବେ ୧୦ ବର୍ଷ ପୂର୍ବେ ଦେଶ ପରିବର୍ତ୍ତନର ଜନାଦେଶ ଦେଇଥିଲା। ସେହି ଆସ୍ଥା ଆଜି ବି ବଜାୟ ରହିଛି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri