ଧର୍ମଶାଳାରେ ବିଜେଡି ଗଡ଼ ଭାଙ୍ଗିଲେ ହିମାଂଶୁ

ଧର୍ମଶାଳା/କାଏମା,୪ା୬(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ ବିଜୟ ହାସଲ କରିଛନ୍ତି। ହିମାଂଶୁ ୭୯,୭୫୯ ଭୋଟ ପାଇଥିବାବେଳେ ବିଜେଡି ପ୍ରାର୍ଥୀ ପ୍ରଣବ ବଳବନ୍ତରାୟ ୭୫,୬୦୯ ଖଣ୍ଟ ଭୋଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ବିଜୟ ବ୍ୟବଧାନ ୪,୧୫୦ ରହିଛି।

ଭାଜପା ପ୍ରାର୍ଥୀ ସ୍ମୃତିରେଖା ପହି ୧୫,୯୨୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ଏହି ବିଜୟ ହାସଲ ପରେ ଜାରକା ଅଞ୍ଚଳରେ ଏକ ପ୍ରକାର ଦୀପାବଳି ଉତ୍ସବ ପାଳନ ଭଳି ଦୃଶ୍ୟ ଦେଖିବାକୁ ମିଳିଛି। ବାଣଫୁଟାଇ, ବାଜା ବଜାଇ ହିମାଂଶୁଙ୍କ ସମର୍ଥକ ଆନନ୍ଦିତ ହୋଇଛନ୍ତି। ହିମାଂଶୁ ଭାଜପା ଟିକେଟରୁ ବଞ୍ଚିତ ହେବାପରେ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ।

୧୯୯୫ରୁ ସ୍ବର୍ଗତ କଳ୍ପତରୁ ଦାସ ଓ ପରେ ତାଙ୍କ ପୁଅ ପ୍ରଣବ ଏଠାରେ ନିବାଚିତ ହେଉଥିଲେ। ୧୯୮୦ରେ ସ୍ବାଧୀନ ପ୍ରାର୍ଥୀ ଭାବେ ସ୍ବର୍ଗତ କାଙ୍ଗାଳି ଚରଣ ପଣ୍ଡା ଏହି ଆସନରୁ ବିଜୟୀ ହୋଇଥିଲେ। ବିଜୟ ପରେ ହିମାଂଶୁ ସନ୍ଧ୍ୟାରେ ଜାରକାଠାରେ ପହଁଚିବା ପରେ ଅପେକ୍ଷାରତ ସମର୍ଥକମାନେ ତାଙ୍କୁ ସ୍ବାଗତସମ୍ବର୍ଦ୍ଧନା ଜଣାଇଥିଲେ। ପରେ ସେ ତାଙ୍କ ବାସଭବନରେ ପହଞ୍ଚି ମା’ଙ୍କ ଆଶୀର୍ବାଦ ନେବା ସହ ନିଜର ସମର୍ଥକମାନଙ୍କୁ କୃତଜ୍ଞତା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri