୨୪ ବର୍ଷ ପରେ ପ୍ରଥମ ଥର ହାରିଲେ ନବୀନ

ଭୁବନେଶ୍ୱର/ ହିଞ୍ଜିଳିକାଟୁ /ବଲାଙ୍ଗୀର/କଣ୍ଟାବାଞ୍ଝି (ଅନିଲ ଦାସ/ଦ୍ୱିତୀକୃଷ୍ଣ ପଣ୍ଡା/ବୀରେନ୍ଦ୍ର କୁମାର ଝାଙ୍କର/ଗୁରୁଦୟାଲ ହଂସ) ୫ା୬:
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୪ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ବାଚନରେ ପରାଜିତ ହୋଇଛନ୍ତି। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ସେ ହାରି ଯାଇଛନ୍ତି। ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ତାଙ୍କୁ ପରାସ୍ତ କରିଛନ୍ତି। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ହିଞ୍ଜିଳି ସମେତ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଥିଲେ। ଉଭୟ ଆସନରେ ବିଜୟୀ ହେବେ ବୋଲି ଆଶା କରାଯାଉଥିଲା। ହେଲେ କଣ୍ଟାବାଞ୍ଜିରୁ ଭାଜପା ପ୍ରାର୍ଥୀ ତାଙ୍କୁ କଡା ଟକ୍କର ଦେଲେ । ବାଗ୍‌ ୧୬,୩୨୧ ଖଣ୍ଡ ଭୋଟରେ ମୁଖ୍ୟମନ୍ତ୍ରୀଙ୍କୁ ପରାସ୍ତ କରିଛନ୍ତି। ଲକ୍ଷ୍ମଣ ବାଗ ୯୦,୫୯୦୪ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ମୁଖ୍ୟମନ୍ତ୍ରୀ ୭୪,୨୭୩ ଖଣ୍ଡ ଭୋଟ୍‌ ପାଇଛନ୍ତି। କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ୨୬,୭୪୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନିଜର ପାରମ୍ପରିକ ସିଟ୍‌ ହିଞ୍ଜିଳିରୁ ୪୬୪୯ ଖଣ୍ଡ ଭୋଟରେ ଜିତିଛନ୍ତି।ସେ ଭାଜପାର ଶିଶିର କୁମାର ମିଶ୍ରଙ୍କୁ ପରାସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ୬୬,୩୫୮ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ଶିଶିର କୁମାର ମିଶ୍ର ୬୧,୭୦୯ ଖଣ୍ଡ ଭୋଟ୍‌ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri