ନିର୍ବାଚନ ଫଳାଫଳ ପରେ ବଦଳିଲା ସେୟାର ମାର୍କେଟ୍‌ ସ୍ଥିତି

ମୁମ଼୍ବାଇ,୫ା୬: ଦେଶରେ ରାଜନୈତିକ ସ୍ଥିତିକୁ ନେଇ ବଦଳିଛି ସେୟାର ମାର୍କେଟ୍‌ ସ୍ଥିତି। ମଙ୍ଗଳବାର ନିର୍ବାଚନ ଗଣତି ସମୟରେ ଯେଉଁଭଳି ଭାବେ ସେୟାର ମାର୍କେଟ୍‌ କ୍ରାସ୍‌ କରିଥିଲା ବୁଧାବାର ଏଥିରେ ସୁଧାର ପରିଲିକ୍ଷିତ ହୋଇଛି। ସେନ୍‌ସେକ୍ସ ଏବଂ ନିଫ୍ଟିରେ ଲଗାତାର ବୃଦ୍ଧି-ହ୍ରାସ ଦେଖିବାକୁ ମିଳିଛି। ମାର୍କେଟ୍‌ ଖୋଲିବା ପରେ ମାତ୍ର ୫ ମିନିଟ୍‌ରେ ୬୦୦ ଅଙ୍କ ବୃଦ୍ଧି ପାଇଥିଲା । କିନ୍ତୁ କିଛି ସମୟପରେ ଦୁଇ ଇଣ୍ଡେକ୍ସ ଲାଲ୍‌ ହୋଇଯାଇଥିଲା। ୧୫ ମିନିଟ୍‌ ମଧ୍ୟରେ ଦୁଇଥର ଏପରି ଦେଖିବାକୁ ମିଳିଥିଲା।

ସୂଚନା ଥାଉକି, ମଙ୍ଗଳବାର ସେୟାର ବଜାରରେ ଗୋଟିଏ ଦିନରେ ୬ ହଜାର ପଏଣ୍ଟ ଖସି ଯିବାରୁ ନିବେଶକଙ୍କ କୋଟି କୋଟି ଟଙ୍କା ବୁଡ଼ି ଯାଇଥିଲା। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ସେନ୍‌ସେକ୍ସ ୪,୩୯୦ ପଏଣ୍ଟ ହ୍ରାସ (୫.୭୪ ପ୍ରତିଶତ) ପାଇ ୭୨,୦୭୯.୦୫ ପଏଣ୍ଟରେ ବନ୍ଦ ହୋଇଥିଲା। ସେହିପରି ନିଫ୍ଟି ୧୩୭୯ ପଏଣ୍ଟ ହ୍ରାସ ହୋଇ ୨୧,୮୮୪.୫୦ରେ ବନ୍ଦ ହୋଇଥିଲା ।

ମଙ୍ଗଳବାର କାରବାର ଆରମ୍ଭରୁ ବମ୍ବେ ଷ୍ଟକ୍ ଏକ୍ସେଚେଞ୍ଜର ୩୦ ସେୟାର ବିଶିଷ୍ଟ ସେନ୍ସେକ୍ସ ୨୭୦୦ ଅଙ୍କ (୩.୬୬ ପ୍ରତିଶତ) ହ୍ରାସ ସହିତ ୭୩୬୬୯ ପଏଣ୍ଟକୁ ଖସି ଆସିଥିଲା| ସେହିପରି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୮୦୯ ଅଙ୍କ (୩.୬ ପ୍ରତିଶତ) ହ୍ରାସ ସହିତ ୨୨୪୦୯ ସହ ସଂଘର୍ଷ କରିଥିଲା| ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ଲିଷ୍ଟେଡ୍ ଥିବା କମ୍ପାନୀମାନଙ୍କର ମାର୍କେଟ୍ କ୍ୟାପିଟାଲାଇଜେସନ୍ ୮୭୮ ଲକ୍ଷ କୋଟିରୁ ୪୧୭.୧୩ ଲକ୍ଷ କୋଟିକୁ ଖସି ଆସିଥିଲା |

ସେନ୍ସେକ୍ସର ଇଣ୍ଡକ୍ସରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଏଚ୍ଡିଏଫ୍ସି ବ୍ୟାଙ୍କର ୫୬୫ ପଏଣ୍ଟ ହ୍ରାସ ପାଇଥିଲା| ଏଥିସହିତ ଏଲ୍ ଆଣ୍ଡ୍ ଟି, ଏସ୍ବିଆଇ, ଆଇଟିସି, ଏନ୍ଟିପିସି ଏବଂ ପାଓ୍ୱାର ଗ୍ରିଡ୍ ଭଳି ବଡ଼ ବଡ଼ କମ୍ପାନୀର ସେୟାର ଆଜି ଡାଉନ୍ ରହିଥିଲା| ସେହିପରି ନିଫ୍ଚିରେ ଆଦାନୀ ପୋଟର୍ସ, ଆଦାନୀ ଏଣ୍ଟର ପ୍ରାଇଜ୍, ଏଲ୍ ଆଣ୍ଡ୍ ଟି, ଓଏନ୍ଜିସି ଏବଂ କୋଲ ଇଣ୍ଡିଆର ସେୟାର ଡାଉନ୍ ରହିଥିଲା|ଗତକାଲି ସେୟାର ମାର୍କେଟ୍ରେ ଉତ୍ସାହ ଦିଖିବାକୁ ମିଳିଥିଲା |ଏହାକୁ ନଜରରେ ରଖି ନିବେଶକ ଆଜି ମଧ୍ୟ କାରବାର ଆରମ୍ଭ କରିଥିଲେ| ହେଲେ ଆଜି ଟ୍ରେଡିଂ ଆରମ୍ଭରୁ ଏହା କ୍ରାସ୍ କରିଥିଲା|


Enter your email to get our daily news in your inbox.

All Right Reserved By Dharitri.Com

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri