ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଇଡ଼ୁ, ବଦଳିଲା ଶପଥ ଉତ୍ସବ ତାରିଖ

ନୂଆଦିଲ୍ଲୀ, ୬।୬: ବିଧାନସଭା ନିର୍ବାଚନ ଜିତିବା ପରେ ଆନ୍ଧ୍ରପ୍ରଦେଶରେ ସରକାର ଗଢ଼ିବ ଟିଡିପି ବା ତେଲୁଗୁ ଦେଶମ୍‌ ପାର୍ଟି। ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଟିଡିପି ମୁଖ୍ୟ ଏନ୍‌ ଚନ୍ଦ୍ରବାବୁ ନାଇଡ଼ୁ। ଏଥିପାଇଁ ଆସନ୍ତା ୯ ତାରିଖରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବା ନେଇ ଦଳ ପକ୍ଷରୁ ଘୋଷଣା କରାଯାଇଥିଲା। କିନ୍ତୁ ଏବେ ଏହି ଉତ୍ସବ ୧୨ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

ଏନ୍‌ଡିଏ ଲୋକସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିଥିବାରୁ ଦେଶରେ ପୁଣିଥରେ ଭାଜପା ସରକାର ଗଠନ ହେବାକୁ ଯାଉଛି। ଭାଜପା ନେତା ନରେନ୍ଦ୍ର ପୁଣିଥରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ । ଏଥିପାଇଁ ୮ ତାରିଖରେ ଶପଥ ଗ୍ରହଣ ଉତ୍ସବ କରାଯିବ। ଏହାର ଦିନକ ପରେ ଅନ୍ଧ୍ରରେ ଶପଥ ଉତ୍ସବ ପାଇଁ ଘୋଷଣା ହୋଇଥିଲା । କିନ୍ତୁ ଏହାକୁ ଘୁଞ୍ଚାଇ ଦିଆଯାଇଛି।

୧୭୫ ଆସନ ବିଶିଷ୍ଟ ଆନ୍ଧ୍ରପ୍ରଦେଶ ବିଧାନସଭା ପାଇଁ ଏଥର ଜୋରଦାର ଫାଇଟ୍ ହୋଇଥିଲା । ୱାଇଏସ୍‌ଆର୍‌ କଂଗ୍ରେସକୁ ସତ୍ତାରୁ ହଟାଇବା ପାଇଁ ଟିଡିପି ଓ ଜନ ସେନା ପାର୍ଟି ବିଜେପି ନେତୃତ୍ୱାଧୀନ ଏନଡିଏ ସହ ମେଣ୍ଟ କରିଥିଲେ । ଟିଡିପିକୁ ୧୩୫ ଆସନ ମିଳିଥିବା ବେଳେ ଜନ ସେନାକୁ ୨୧ ଓ ବିଜେପିକୁ ମିଳିଥିଲା ୮ଟି ଆସନ। ସଂଖ୍ୟା ଗରିଷ୍ଠତା ସହ ଟିଡିପି ସୁପ୍ରିମୋ ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଅନ୍ୟପଟେ ମୋଦି ପ୍ରଧାନମନ୍ତ୍ରୀ ହେବା ନେଇ ବୁଧବାର ଦିଲ୍ଲୀରେ ବସିଥିବା ବୈଠକରେ ଟିଡିପି ସମର୍ଥନ ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri