କେବେ ଶେଷ ହେବ ଜନନୀ ଯନ୍ତ୍ରଣା: ପୁଣି ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୬।୬(ଦୁର୍ଗା କୀର୍ତ୍ତି): କେବେ ଶେଷ ହେବ ଦୁର୍ଗମ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳର ଜନନୀ ଯନ୍ତ୍ରଣାର ଦୁଃଖ। ପୁଣି ଗର୍ଭବତୀଙ୍କୁ ଖଟିରେ ବୁହା ହେବା ଭଳି ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଦୁର୍ଗମ ଅଞ୍ଚଳରେ ଭଲ ରାସ୍ତାଘାଟ ନ ଥିବା ଯୋଗୁ ଗ୍ରାମବାସୀଙ୍କୁ ମିଳିପାରୁ ନାହିଁ ମୌଳିକ ସୁବିଧା ସାଙ୍ଗକୁ ଆବଶ୍ୟକ ଚିକିତ୍ସା ସେବା। ଫଳରେ ଜରୁରୀ ସମୟରେ ଭାରରେ ଏବଂ ଷ୍ଟ୍ରେଚରରେ ବୁହା ହେଉଛନ୍ତି ରୋଗୀ। ଏହି ସବୁ ଘଟଣା କୁନେଇ ଗ୍ରାମବାସୀ ଭୋଟ ବର୍ଜନ ମଧ୍ୟ କରିଥିଲେ l ବ୍ଲକ ପ୍ରଶାସନ ପହଞ୍ଚି ତାଙ୍କୁ ବୁଝାସୁଝା କରିଥିଲେ। ଏପରି କି ରାସ୍ତା ନିମାଣ ପାଇଁ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ହେଲେ ଓଡ଼ିଶାର ସାଧାରଣ ନିର୍ବାଚନ ଶେଷ ହୋଇ ବର୍ତ୍ତମାନ ନୂଆ ସରକାର ଗଠନ ହେବା ପୂର୍ବରୁ ଆସିଛି ଆଉ ଏକ ଜନନୀ ଯନ୍ତ୍ରଣାର ଚିତ୍ର । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଥୁଆମୂଳ ପଞ୍ଚାୟତ ସ୍ଥିତ ଡେଙ୍ଗଫାର୍ସ ଗ୍ରାମରେ।

ମିଳିଥିବା ସୂଚନା ମୁତାବକ, ଗୁରୁବାର ଡେଙ୍ଗଫାର୍ସ ଗ୍ରାମର ଭଗିନ୍ଦ୍ର ମାଝିଙ୍କ ସ୍ତ୍ରୀ ସାଇବନି ମାଝିଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ୧୦୨ ଆମ୍ବୁଲାନ୍ସକୁ ଯୋଗାଯୋଗ କରାଯାଇଥିଲା। ଅନ୍ୟପକ୍ଷେ ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ପହଞ୍ଚିବାରେ ଆଶଙ୍କା କରି ଗ୍ରାମର ୩ଜଣ ଯୁବକ ବାଧ୍ୟ ହୋଇ ଗର୍ଭବତୀଙ୍କୁ ଖଟିଆରେ ବୋହି ୨ କି.ମି. ପର୍ଯ୍ୟନ୍ତ ଚାଲିଥିଲେ। ଏଭଳି ସ୍ଥିତିରେ ଆମ୍ବୁଲାନ୍ସ ଆସିବାରେ ମଧ୍ୟ ବିଳମ୍ବ ହୋଇଥିଲା। ହେଲେ ହସ୍ପିଟାଲରେ ପହଞ୍ଚିବା ପୂର୍ବରୁ ସାଇବନି ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ପରବର୍ତ୍ତୀ ସମୟରେ ଆମ୍ବୁଲାନ୍ସ ପହଞ୍ଚି ମା’ ଛୁଆଙ୍କୁ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲା। ବର୍ତ୍ତମାନ ମା’ ଓ ଛୁଆ ସୁସ୍ଥ ଥିବା ଚିକିତ୍ସା କରୁଥିବା ଡାକ୍ତର ଶକ୍ତି ସାଗର ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ଗ୍ରାମର ୱାର୍ଡ ମେମ୍ବର ଦୂର୍ଯ୍ୟଧନ ମାଝି ଏବଂ ସଚେତନ ଯୁବକ ଯଶବନ୍ତ ମାଝି ଜନପ୍ରତିନିଧିଠାରୁ ଆରମ୍ଭ କରି ବ୍ଲକ ଓ ଜିଲା ପ୍ରଶାସନ ଅଧିକାରୀଙ୍କୁ ତୁରନ୍ତ ଗ୍ରାମବାସୀଙ୍କୁ ମୌଳିକ ସୁବିଧା ଯୋଗାଇ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri