କାନାଡ଼ା ପାଇଁ ଭାରତ ଦ୍ୱିତୀୟ ସବୁଠାରୁ ବଡ଼ ବିଦେଶୀ ବିପଦ

ଅଟାଓ୍ବା, ୭।୬: କାନାଡ଼ାର ଏକ ଉଚ୍ଚସ୍ତରୀୟ ସଂସଦୀୟ ସମିତି ରିପୋର୍ଟ ଗୁରୁବାର ଭାରତକୁ ଦ୍ୱିତୀୟ ସବୁଠାରୁ ବଡ଼ ବିଦେଶୀ ବିପଦ ହୋଇଥିବା ଦର୍ଶାଇଛି। ଏହି ତାଲିକାରେ ଚାଇନାକୁ ପ୍ରଥମ ସ୍ଥାନରେ ରଖାଯାଇଛି। କାନାଡ଼ାର ଜାତୀୟ ସୁରକ୍ଷା ଏବଂ ଗୋଇନ୍ଦା ସଂସଦୀୟ କମିଟି(ଏନ୍‌ଏସ୍‌ଆଇସିଓପି) ଗୁରୁବାର ଜାରି କରିଥିବା ନିଜ ରିପୋର୍ଟରେ କହିଛି, ରୁଷିଆକୁ ହଟାଇ ଭାରତ କାନାଡ଼ାର ଗଣତାନ୍ତ୍ରିକ ଅନୁଷ୍ଠାନ ତଥା ପ୍ରକ୍ରିୟା ପାଇଁ ଚାଇନା ପରେ ଦ୍ୱିତୀୟ ସବୁଠାରୁ ବଡ଼ ବିଦେଶୀ ବିପଦ ଭାବେ ଉଭା ହୋଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଭାରତ ଓ କାନାଡ଼ା ମଧ୍ୟରେ ତିକ୍ତ ସମ୍ପର୍କ ଲାଗିରହିଛି। ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ମାମଲାରେ ଭାରତୀୟ ସରକାରୀ ଏଜେଣ୍ଟଙ୍କ ସମ୍ପୃକ୍ତି ଥିବା କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ପୂର୍ବରୁ ଅଭିଯୋଗ ଆଣିଥିଲେ। ଭାରତ ପକ୍ଷରୁ ଟ୍ରୁଡୋଙ୍କ ଏହି ଅଭିଯୋଗ ଭିତ୍ତିହୀନ ହୋଇଥିବା କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା

ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri