Posted inଜାତୀୟ

ଏନ୍‌ସିପି ବୈଠକରେ ଅଜିତ ଗୋଷ୍ଠୀର ୫ ବିଧାୟକ ଅନୁପସ୍ଥିତ: ପାଓ୍ବାରଙ୍କ ଦଳକୁ ଯିବା ନେଇ ଚର୍ଚ୍ଚା

ମୁମ୍ବାଇ,୭ା୬:ଲୋକ ସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ମହାରାଷ୍ଟ୍ର ରାଜନୀତିରେ ହଟ୍ଟଚମଟ ସୃଷ୍ଟି ହୋଇଛି। ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଗୋଷ୍ଠୀର କେତେଜଣ ବିଧାୟକ ଶରଦ ପାଓ୍ବାରଙ୍କ କ୍ୟାମ୍ପ୍‌କୁ ଫେରିବା ଲାଗି ଆଗ୍ରହ ପ୍ରକାଶ କରିଥିବା ଚର୍ଚ୍ଚା ହେଉଛି। ମୁମ୍ବାଇର ଏକ ପଞ୍ଚତାରକା ହୋଟେଲରେ ଅଜିତ ଏନ୍‌ସିପି ବିଧାୟକମାନଙ୍କର ଜରୁରୀ ବୈଠକ ଡାକିଥିବାବେଳେ ସେଥିରେ ୫ ଜଣ ବିଧାୟକ ଅନୁପସ୍ଥିତ ରହିବା ଏହି ଚର୍ଚ୍ଚାକୁ ଅଧିକ ଖୋରାକ ଯୋଗାଇଛି। ବୈଠକରେ ଯୋଗ ଦେଇ ନ ଥିବା ବିଧାୟକମାନେ ହେଲେ ଧର୍ମାରାଓ ବାବା ଆତ୍ରାମ୍‌, ନରହରି ଜିର୍‌ଓ୍ବାଲ, ସୁନୀଲ ଟିଙ୍ଗ୍ରେ, ରାଜେନ୍ଦ୍ର ଶିଙ୍ଗାନେ ଏବଂ ଆନ୍ନା ବନ୍‌ସୋଡ୍‌। ଲୋକ ସଭା ନିର୍ବାଚନରେ ପରାଜୟକୁ ନେଇ ଏହି ବିଧାୟକମାନେ ଅସନ୍ତୁଷ୍ଟ ଥିଲେ। ନିର୍ବାଚନରେ ଦଳର ପ୍ରଦର୍ଶନ ଉପରେ ବିଚାରବିମର୍ଶ ଲାଗି ଏହି ବୈଠକ ଡକାଯାଇଥିଲା। ତେବେ ଦଳରେ ଫାଟ ସୃଷ୍ଟି ହୋଇଥିବା ଏବଂ କେତେଜଣ ବିଧାୟକ ଶରଦ ପାଓ୍ବାର କ୍ୟାମ୍ପ୍‌ ସହ ଯୋଗାଯୋଗ ରଖିଥିବା ଖବର ପ୍ରକାଶ ପାଇବା ପରେ ଅଜିତ ଦଳୀୟ ବିଧାୟକମାନଙ୍କ ଜରୁରୀ ବୈଠକ ଡାକିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରବିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri