Posted inଜାତୀୟ

ଆଜି ବେଙ୍ଗାଲୁରୁ କୋର୍ଟରେ ହାଜର ହେବେ ରାହୁଲ ଗାନ୍ଧୀ

ବେଙ୍ଗାଲୁରୁ,୭।୬:କଂଗ୍ରେସ ନେତା ରାହୁଲ ଗାନ୍ଧୀ ମାନହାନି ମାମଲାରେ ଶୁକ୍ରବାର ବେଙ୍ଗାଲୁରୁର ସ୍ବତନ୍ତ୍ର ଅଦାଲତରେ ହାଜର ହେବେ। ତାଙ୍କ ନାମରେ ଏକ ଖବରକାଗଜରେ ଅପମାନଜନକ ବିଜ୍ଞାପନ ଦେବା ନେଇ କର୍ନାଟକ ଭାଜପା ପକ୍ଷରୁ ମାମଲା ଦାୟର କରାଯାଇଥିଲା। ଗତ ବର୍ଷ ବିଧାନସଭା ନିର୍ବାଚନ ପୂର୍ବରୁ ଦିଆଯାଇଥିବା ବିଜ୍ଞାପନରେ ରାଜ୍ୟର ତତ୍କାଳୀନ ଭାଜପା ସରକାରଙ୍କ ଉପରେ ୨୦୧୯-୨୦୨୩ ମଧ୍ୟରେ ଭ୍ରଷ୍ଟାଚାରରେ ବୁଡ଼ି ରହିଥିବା ଅଭିଯୋଗ କରାଯାଇଥିଲା।

ରାଜ୍ୟ କଂଗ୍ରେସ ଏନେଇ ସୂଚନା ଦେଇ କହିଛି ଯେ, ରାହୁଲ ଶୁକ୍ରବାର ସାଢେ ୧୦ଟାରେ ସିଟି ସିଭିଲ୍‌ କୋର୍ଟରେ ଉପସ୍ଥିତ ହେବେ। ଏହାପରେ ସେ କ୍ୱିସ ରୋଡ୍‌ରେ ଭାରତ ଯୋଡୋ ଭବନରେ ରାଜ୍ୟ କଂଗ୍ରେସର ନବନିର୍ବାଚିତ ଏମ୍‌ପି ଏବଂ ପରାଜିତ ପ୍ରାର୍ଥୀଙ୍କ ସହ ଆଲୋଚନା କରିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏବଂ ଉପ ମୁଖ୍ୟମନ୍ତ୍ରୀ ଡି କେ ଶିବକୁମାର ଉପସ୍ଥିତ ଥିଲେ। ମାନହାନି ମାମଲାରେ ଜୁନ ୧ରେ କୋର୍ଟ ସିଦ୍ଧରମୈୟା ଏବଂ ଶିବକୁମାରଙ୍କୁ ଜାମିନ ମିଳିଛି। ଏହାକୁ ନେଇ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି କେ ଶିବକୁମାର କହିଥିଲେ ଯେ ଏହା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ମାମଲା। ଏଥିରେ କୌଣସି ଦମ୍‌ ନାହିଁ।

ବିଚାରପତି କେ ଏନ୍‌ ଶିବକୁମାର ରାହୁଲଙ୍କୁ ଜୁନ ୭ରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ ଆଦେଶ ଦେଇଥିଲେ। ଗତ ସପ୍ତାହରେ ମାମଲାର ଶୁଣାଣି ପରେ ରାହୁଲ ଏହାକୁ କୋହଳ କରିବାକୁ ଆବେଦନ କରିଥିଲେ। ହେଲେ ବାରମ୍ବାର ଏଭଳି ଅନୁମତି ନ ଦେବାକୁ ପ୍ରତିପକ୍ଷ ଓକିଲ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri