Posted inଜାତୀୟ

ବର୍ଷକ ମଧ୍ୟରେ ମଧ୍ୟବର୍ତ୍ତୀ ନିର୍ବାଚନ: ବଘେଲ

ନୂଆଦିଲ୍ଲୀ,୭ା୬: ଲୋକ ସଭା ନିର୍ବାଚନରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରି ନ ଥିବା ଭାଜପା ସହଯୋଗୀ ଦଳଗୁଡ଼ିକର ସହଯୋଗରେ କେନ୍ଦ୍ରରେ ସରକାର ଗଢ଼ିବାକୁ ଯାଉଛି। ତେବେ ବର୍ଷକ ମଧ୍ୟରେ ଦେଶ ମଧ୍ୟବର୍ତ୍ତୀକାଳୀନ ସାଧାରଣ ନିର୍ବାଚନର ସମ୍ମୁଖୀନ ହେବ ବୋଲି ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୂପେଶ ବଘେଲ ଶୁକ୍ରବାର ପୂର୍ବାନୁମାନ କରିଛନ୍ତି।

୬ ମାସରୁ ବର୍ଷକ ମଧ୍ୟରେ ନିର୍ବାଚନ ହୋଇପାରେ। ଏଥିପାଇଁ ପ୍ରସ୍ତୁତ ରହିବାକୁ ସେ ଦଳୀୟ କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏକ ସାଧାରଣ ସଭାକୁ ଉଦ୍‌ବୋଧନ ଦେବା ଅବସରରେ ବଘେଲ କହିଥିଲେ, ଦେଶବାସୀ ନିର୍ବାଚନରେ ଭାଜପାକୁ ଉପଯୁକ୍ତ ଶିକ୍ଷା ଦେଇଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ତାଙ୍କ ରାଜସ୍ଥାନ ପ୍ରତିପକ୍ଷ ଭଜନଲାଲ୍‌ ଶର୍ମା ଏବଂ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କୁ ସେ କଟାକ୍ଷ କରିଛନ୍ତି।

ଯୋଗୀଙ୍କ ଆସନ ଦୋହଲୁଥିବାବେଳେ ଭଜନଲାଲ୍‌ ଟଳମଳ ହେଉଛନ୍ତି। ଫଡ୍‌ନବିସ ଇସ୍ତଫା ପ୍ରସ୍ତାବ ଦେଇଛନ୍ତି। ଯେଉଁମାନେ ଦିନକୁ ୩ ଥର ପୋଷାକ ବଦଳାଉଥିଲେ, ଏବେ ଗୋଟିଏ ପୋଷାକରେ ୩ଟି କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି ବୋଲି ନରେନ୍ଦ୍ର ମୋଦିଙ୍କୁ ଆକ୍ଷେପ କରି ବଘେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri