Posted inଜାତୀୟ

ଅଡୁଆ ବଢାଇଲେ ଗେହଲଟ୍‌, ମୋଦିଙ୍କ ଶପଥ ଗ୍ରହଣ ପୂର୍ବରୁ ରଖିଲେ ବଡ଼ ଦାବି, କହିଲେ ପ୍ରଥମେ…

ଜୟପୁର,୯।୬: ନରେନ୍ଦ୍ର ମୋଦି ଆଜି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଏହାପୂର୍ବରୁ ନରେନ୍ଦ୍ର ମୋଦି ବିରୋଧୀ ଦଳର ଟାର୍ଗେଟରେ ଅଛନ୍ତି। ଏହି ସମୟରେ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଏକ୍ସରେ ଏକ ପୋଷ୍ଟ କରି ଲେଖିଛନ୍ତି, ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ଯେ ଏହି ସରକାରଙ୍କ ଦୁର୍ବଳ ସ୍ଥିତି ହେତୁ ବିହାର ଏବଂ ଆନ୍ଧ୍ରପ୍ରଦେଶ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପାଇବାକୁ ଯାଉଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ ଆହୁରି ଲେଖିଛନ୍ତି, ମୁଁ ଆପଣଙ୍କୁ କହିବାକୁ ଚାହେଁ ଯେ ରାଜସ୍ଥାନ ପ୍ରଥମେ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା କିମ୍ବା କେନ୍ଦ୍ର ସରକାରଙ୍କ ବିଶେଷ ଧ୍ୟାନର ଆବଶ୍ୟକତା ରହିଛି କାରଣ ଆମ ରାଜ୍ୟ ହେଉଛି ସବୁଠାରୁ ବଡ ମରୁଭୂମି ରାଜ୍ୟ। ସମଗ୍ର ରାଜ୍ୟର କେବଳ ଏକ ଛୋଟ ଅଂଶରେ ବର୍ଷସାରା ପ୍ରବାହିତ ହେଉଥିବା ନଦୀ ରହିଛି ଏବଂ ଭୌଗୋଳିକ ଅବସ୍ଥା ଚ୍ୟାଲେଞ୍ଜପୂର୍ଣ୍ଣ ଅଟେ । ରାଜସ୍ଥାନର କ୍ଷେତ୍ର ଦେଶର ୧୦% କିନ୍ତୁ ଜଳ ମାତ୍ର ୧% ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri